ମୋଦି, ପୁଟିନ, ଜିନପିଙ୍ଗଙ୍କ ଫଟୋ ହେଲା ଭାଇରାଲ, ବଢିଲା ଆମେରିକାର ଚିନ୍ତା

ମସ୍କୋ,୨୩।୧୦: ରୁଷିଆର କଜାନରେ ଆୟୋଜିତ ୧୬ତମ ବ୍ରିକ୍ସ ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଆମେରିକା ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହାଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଏହି ଫଟୋରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକାଠି ବସି ହସୁ ଥିବା ଦେଖିବାକୁ ମିଳିଛି।

ବିଶ୍ୱର ୩ଶକ୍ତିଶାଳୀ ଦେଶ ଭାରତ, ରୁଷିଆ ଏବଂ ଚାଇନାର ବରିଷ୍ଠ ନେତାଙ୍କ ଏହି ହସଖୁସି ଫଟୋ ନିଶ୍ଚିତ ଭାବରେ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାର ଚିନ୍ତା ବଢାଇବ। ସୂଚନାଯୋଗ୍ୟ, ବ୍ରିକ୍ସ ହେଉଛି ପାଞ୍ଚଟି ଉଦୀୟମାନ ଅର୍ଥନୀତିର ଏକ ଆନ୍ତର୍ଜାତୀୟ ଗୋଷ୍ଠୀ, ଯେଉଁଥିରେ ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକା ଅନ୍ତର୍ଭୁକ୍ତ । ତେବେ ଏଥର ୪ଟି ନୂତନ ଦେଶ ଇରାନ, ଇଜିପ୍ଟ, ଇଥିଓପିଆ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ମଧ୍ୟ ଯୋଗ ଦେଇଛନ୍ତି। ବ୍ରିକ୍ସ ଗୋଷ୍ଠୀ ଦେଶଗୁଡ଼ିକ ଆମେରିକା ପାଇଁ ସର୍ବଦା ଚିନ୍ତାର ବିଷୟ ପାଲଟିଛନ୍ତି।
ବ୍ରିକ୍ସ ସମ୍ମିଳନୀରେ ଭାଗ ନେବାକୁ ଆସିଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କୁ ସ୍ବାଗତ କରିଥିଲେ। ସେ ମୋଦିଙ୍କୁ ଆଲିଙ୍ଗନ କରିଥିଲେ। ଏହାପୂର୍ବରୁ ରୁଷିଆର ରାଜ୍ୟ ତାରସ୍ତାନ ମୁଖ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିମାନବନ୍ଦରରେ ସ୍ବାଗତ କରିଥିଲେ।
ଏହା ପରେ ପୁଟିନ ଏବଂ ମୋଦିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଗତ ୩ ମାସରେ ଦୁଇଥର ରୁଷିଆକୁ ଆସିବା ଦୁଇ ଦେଶ ମଧ୍ୟରେ ବନ୍ଧୁତ୍ୱର ପ୍ରମାଣ।
ତେବେ ୫ବର୍ଷ ପରେ ପ୍ରଧାନମନ୍ତ୍ରୀ ମୋଦି ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିବେ। ଦୁଇ ଦେଶ ମଧ୍ୟରେ ସୀମା ବିବାଦର ସମାଧାନ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା ପରେ ଏହା ହେଉଛି ପ୍ରଥମ ବୈଠକ। ଏହି ବୈଠକ ପୂର୍ବରୁ ମଧ୍ୟ ଭାଇରାଲ ହୋଇଥିବା ଫଟୋ ଅନେକ କଥା କହୁଛି ଏହି ଫଟୋରେ ପୁଟିନ-ମୋଦି ଏବଂ ଜିନପିଙ୍ଗଙ୍କୁ ସଂଯୋଗ କରୁଥିବା ସେତୁ ପରି ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri