ୟୁକ୍ରେନକୁ ନେଇ ଫୋନରେ କଥା ହେଲେ ମୋଦି-ପୁଟିନ

ନୂଆଦିଲ୍ଲୀ/ମସ୍କୋ,୨୦।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ ହେଉନାହିଁ। ଇତିମଧ୍ୟରେ ବୁଧବାର ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନ ମାଧ୍ୟମରେ ୟୁକ୍ରେନ ଉପରେ ଆଲୋଚନା କରିଛନ୍ତି। କ୍ରେମଲିନ ଏହି ସୂଚନା ଦେଇଛନ୍ତି।

ରୁଷିଆରେ ଅନୁଷ୍ଠିତ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ବିଜୟ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର (୨୦ମାର୍ଚ୍ଚ) ଟେଲିଫୋନ ଯୋଗେ ରାଷ୍ଟ୍ରପତି ପୁଟିନଙ୍କ ସହ କଥା ହୋଇଥିଲେ ଏବଂ ତାଙ୍କୁ ପୁନଃ ନିର୍ବାଚନ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ଅନୁଯାୟୀ, ରୁଷିଆ ଲୋଙ୍କର ଶାନ୍ତି, ପ୍ରଗତି ଏବଂ ସମୃଦ୍ଧତା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଦୁଇ ଦେଶ ମଧ୍ୟରେ ସହଯୋଗ ଆହୁରି ମଜବୁତ ହେବ ବୋଲି ସେ ଆଶା ପ୍ରକଟ କରିଛନ୍ତି।
ଏହି ସମୟ ମଧ୍ୟରେ ଉଭୟ ନେତା ମଧ୍ୟ ଆଗାମୀ ବର୍ଷରେ ଭାଗିଦାରୀକୁ ଆହୁରି ମଜବୁତ କରିବା ଦିଗରେ ଠୋସ ଉଦ୍ୟମ କରିବାକୁ ରାଜି ହୋଇଥିଲେ। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମଧ୍ୟ ଏକ ପୋଷ୍ଟ ଶେୟାର କରିଛନ୍ତି। ସେ କହିଛନ୍ତି ଯେ ଆଗାମୀ ବର୍ଷରେ ଭାରତ-ରୁଷିଆ ସୁବିଧାଜନକ ରଣନୀତିକ ଭାଗିଦାରୀକୁ ଆହୁରି ବିସ୍ତାର କରିବ ଏବଂ ମିଳିତ ଭାବେ କାର୍ଯ୍ୟ କରିବ। ଉଭୟ ଦେଶରେ ଏଥିପାଇଁ ଏକ ଚୁକ୍ତିନାମା ହୋଇଛି।
ୟୁକ୍ରେନ-ରୁଷିଆ ଯୁଦ୍ଧ ଉପରେ କୂଟନୈତିକ ପ୍ରତିବଦ୍ଧତାକୁ ପ୍ରଧାନମନ୍ତ୍ରୀ ମୋଦି ଦୋହରାଇଛନ୍ତି।
ପିଏମଓ ପକ୍ଷରୁ କୁହାଯାଇଛି ଯେ ଦୁଇ ନେତା ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ ପ୍ରସଙ୍ଗରେ ଅଗ୍ରଗତିର ସମୀକ୍ଷା କରିଛନ୍ତି। ଏହା ବ୍ୟତୀତ ପାରସ୍ପରିକ ଆଗ୍ରହର ଆଞ୍ଚଳିକ ଏବଂ ବିଶ୍ୱ ସ୍ତରୀୟ ପ୍ରସଙ୍ଗରେ ମଧ୍ୟ ମତ ବିନିମୟ ହୋଇଥିଲା। ଏହାସହ ଏହା କହିଛି ଯେ ୟୁକ୍ରେନ-ରୁଷିଆ ଯୁଦ୍ଧ ଉପରେ କଥାବାର୍ତ୍ତା ଏବଂ କୂଟନୈତିକ ସପକ୍ଷରେ ପ୍ରଧାନମନ୍ତ୍ରୀ ମୋଦି ଦେଶର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri