୪୦ ମିନିଟ ପର୍ଯ୍ୟନ୍ତ ମୋଦି-ରାଜନାଥ ମାରାଥନ ଚର୍ଚ୍ଚା: ହୋଇପାରେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ହୋଇଥିବା ୪୦ ମିନିଟ ବୈଠକରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଥିଲେ। ବୈଠକ ପରେ ପ୍ରଧାନମନ୍ତ୍ରୀ ମୋଦି ଏକ ବଡ଼ ନିଷ୍ପତ୍ତି ନେଇପାରନ୍ତି। ଏହା ପୂର୍ବରୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର ସିଡିଏସ ଅନିଲ ଚୌହାନଙ୍କ ସହ ସାକ୍ଷାତ କରିଥିଲେ।

ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ, ଭାରତ ସରକାର ନିରନ୍ତର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଉଛନ୍ତି। ପାକିସ୍ତାନ ସହିତ ସିନ୍ଧୁ ଚୁକ୍ତିନାମା ସମାପ୍ତ କରିବାଠାରୁ ଆରମ୍ଭ କରି ପାକିସ୍ତାନୀ ନାଗରିକଙ୍କ ଭିଜା ବାତିଲ କରିବା ପର୍ଯ୍ୟନ୍ତ, ଭାରତ ସରକାର ତାଙ୍କ ନିଷ୍ପତ୍ତି ମାଧ୍ୟମରେ ପାକିସ୍ତାନ ଏବଂ ଆତଙ୍କବାଦ ବିରୁଦ୍ଧରେ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ଦୁଇଥର ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି ଏବଂ ଉଭୟ ଥର ସେ ପୀଡିତଙ୍କୁ ନ୍ୟାୟ ପ୍ରଦାନ କରିବା ବିଷୟ କଥା କହିଛନ୍ତି।

ପହଲଗାମ ଆକ୍ରମଣ ପରଠାରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଲଗାତାର ବୈଠକ କରୁଛନ୍ତି। ସେ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସହ ସାକ୍ଷାତ କରିଥିଲେ। ଏହା ପରେ, ସିଡିଏସ ଅନିଲ ଚୌହାନଙ୍କ ସହ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା। ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ, ସେନା ମୁଖ୍ୟ ପହଲଗାମ ଗସ୍ତ କରିଥିଲେ ଏବଂ ଶ୍ରୀନଗରର ବରିଷ୍ଠ ସେନା ଅଧିକାରୀଙ୍କଠାରୁ ପାକିସ୍ତାନୀ ସେନା ଦ୍ୱାରା ସେମାନଙ୍କ ପୋଷ୍ଟ ଉପରେ ଗୁଳିଚାଳନା ଏବଂ ଆତଙ୍କବାଦୀଙ୍କ ଅନୁପ୍ରବେଶ ସମ୍ପର୍କରେ ସୂଚନା ନେଇଥିଲେ। ପ୍ରତିରକ୍ଷା ମନ୍ତ୍ରୀ ସମସ୍ତ ଉଚ୍ଚ ଅଧିକାରୀଙ୍କଠାରୁ ଅପଡେଟ ନେଉଛନ୍ତି ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଏକ ବୈଠକ କରୁଛନ୍ତି। ଆଗକୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri