ଗୁଜରାଟ ଦଙ୍ଗା ପାଇଁ ମୋଦି ଦାୟୀ: ବିବିସି

ଲଣ୍ଡନ/ନୂଆଦିଲ୍ଲୀ,୨୦ା୧:୨୦୦୨ ଫେବୃୟାରୀ ଓ ମାର୍ଚ୍ଚରେ ସଂଘଟିତ ଗୁଜରାଟର ସାମ୍ପ୍ରଦାୟିକ ଦଙ୍ଗାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୂମିକା ଥିବା ବିଷୟ ବ୍ରିଟିଶ୍‌ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି)ରେ ମଙ୍ଗଳବାର ରାତିରେ ପ୍ରସାରିତ ହୋଇଥିଲା। ଚିଚାର୍ଡ କୁକ୍‌ସନ ଏବଂ ମାଇକ୍‌ ରାଡ୍‌ଫୋର୍ଡଙ୍କ ପ୍ରଯୋଜନାରେ ନିର୍ମିତ ‘ଇଣ୍ଡିଆ: ଦି ମୋଦି କ୍ୱେଶ୍ଚେନ୍‌’ ଶୀର୍ଷକ ଏହି ଡକ୍ୟୁମେଣ୍ଟାରିରେ ପ୍ରଧାନମନ୍ତ୍ରୀ ମୋଦି ଓ ଦେଶର ମୁସ୍‌ଲିମ୍‌ ସଂଖ୍ୟାଲଘୁଙ୍କ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ପ୍ରଦର୍ଶିତ କରାଯାଇଛି। ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିବା ଗ୍ରୋଧ୍ରା ଦଙ୍ଗା ଉପରେ ବ୍ରିଟେନ୍‌ ସରକାର ଏକ ତଦନ୍ତ କରାଇଥିଲେ। ଉକ୍ତ ତଦନ୍ତରୁ ଏହି ବିଷୟ ଜଣାପଡ଼ିଥିବା ବ୍ରିଟେନର ନ୍ୟାଶନାଲ ବ୍ରଡ୍‌କାଷ୍ଟର ବିବିସି ସିରିଜ୍‌ରେ ଦର୍ଶାଯାଇଛି। ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅରିନ୍ଦମ ବାଗ୍‌ଚୀ ଏହାକୁ ଉପନିବେଶବାଦୀ ମାନସିକତା ବୋଲି ନିନ୍ଦା କରିଛନ୍ତି। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଭାରତୀୟ ପ୍ରତିପକ୍ଷ ମୋଦିଙ୍କୁ ନେଇ ଏଭଳି ଚିତ୍ରଣ ସହ ଏକମତ ନ ଥିବା କହିଛନ୍ତି। ଏହି ପ୍ରସଙ୍ଗରେ ବିବାଦ ସୃଷ୍ଟି ହେବା ପରେ ୟୁଟ୍ୟୁବ୍‌ ସମେତ ଆଉ କେତେକ ଲାଇଭ୍‌ ଷ୍ଟ୍ରିମିଂ ଚ୍ୟାନେଲ ଭିଡିଓକୁ ହଟାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri