ଗୁଜରାଟ ଦଙ୍ଗା ପାଇଁ ମୋଦି ଦାୟୀ: ବିବିସି

ଲଣ୍ଡନ/ନୂଆଦିଲ୍ଲୀ,୨୦ା୧:୨୦୦୨ ଫେବୃୟାରୀ ଓ ମାର୍ଚ୍ଚରେ ସଂଘଟିତ ଗୁଜରାଟର ସାମ୍ପ୍ରଦାୟିକ ଦଙ୍ଗାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୂମିକା ଥିବା ବିଷୟ ବ୍ରିଟିଶ୍‌ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି)ରେ ମଙ୍ଗଳବାର ରାତିରେ ପ୍ରସାରିତ ହୋଇଥିଲା। ଚିଚାର୍ଡ କୁକ୍‌ସନ ଏବଂ ମାଇକ୍‌ ରାଡ୍‌ଫୋର୍ଡଙ୍କ ପ୍ରଯୋଜନାରେ ନିର୍ମିତ ‘ଇଣ୍ଡିଆ: ଦି ମୋଦି କ୍ୱେଶ୍ଚେନ୍‌’ ଶୀର୍ଷକ ଏହି ଡକ୍ୟୁମେଣ୍ଟାରିରେ ପ୍ରଧାନମନ୍ତ୍ରୀ ମୋଦି ଓ ଦେଶର ମୁସ୍‌ଲିମ୍‌ ସଂଖ୍ୟାଲଘୁଙ୍କ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ପ୍ରଦର୍ଶିତ କରାଯାଇଛି। ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିବା ଗ୍ରୋଧ୍ରା ଦଙ୍ଗା ଉପରେ ବ୍ରିଟେନ୍‌ ସରକାର ଏକ ତଦନ୍ତ କରାଇଥିଲେ। ଉକ୍ତ ତଦନ୍ତରୁ ଏହି ବିଷୟ ଜଣାପଡ଼ିଥିବା ବ୍ରିଟେନର ନ୍ୟାଶନାଲ ବ୍ରଡ୍‌କାଷ୍ଟର ବିବିସି ସିରିଜ୍‌ରେ ଦର୍ଶାଯାଇଛି। ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅରିନ୍ଦମ ବାଗ୍‌ଚୀ ଏହାକୁ ଉପନିବେଶବାଦୀ ମାନସିକତା ବୋଲି ନିନ୍ଦା କରିଛନ୍ତି। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଭାରତୀୟ ପ୍ରତିପକ୍ଷ ମୋଦିଙ୍କୁ ନେଇ ଏଭଳି ଚିତ୍ରଣ ସହ ଏକମତ ନ ଥିବା କହିଛନ୍ତି। ଏହି ପ୍ରସଙ୍ଗରେ ବିବାଦ ସୃଷ୍ଟି ହେବା ପରେ ୟୁଟ୍ୟୁବ୍‌ ସମେତ ଆଉ କେତେକ ଲାଇଭ୍‌ ଷ୍ଟ୍ରିମିଂ ଚ୍ୟାନେଲ ଭିଡିଓକୁ ହଟାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri