ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେଇ ସ୍ବଦେଶ ଫେରିଲେ ମୋଦି

ନୂଆଦିଲ୍ଲୀ,୨୪।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ ୧୬ତମ ବ୍ରିକ୍ସ ସମ୍ମିଳନୀରେ ସେ ଯୋଗ ଦେଇଥିଲେ। ତେବେ ତେବେ ଏହି ସମୟରେ ସେ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଓ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ। ସେଠାରେ ସେ ସମ୍ବୋଧନ କରି କହିଥିଲେ, ଋଷିଆ-ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଚାହୁଁ। ଏନେଇ ଆମେ ସବୁବେଳେ ପ୍ରତିବଦ୍ଧ ରହି ଆସିଛୁ। ସେହିପରି ପ୍ରଧାନମନ୍ତ୍ରୀ ମୋଦି ଯୁଦ୍ଧ, ଆର୍ଥିକ ଅନିଶ୍ଚିତତା, ଜଳବାୟୁ ପରିବର୍ତ୍ତନ, ଆତଙ୍କବାଦ ଉପରେ ଆଲୋକପାତ କରିଥିଲେ। ସେ କହିଥିଲେ, ଦୁନିଆକୁ ଏକ ସ୍ଥିରତା ଆଡକୁ ନେବାକୁ ଏହି ବ୍ରିକ୍ସ ସମ୍ମିଳନୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ। ଏହି ସମ୍ମିଳନୀ ଏବେଠାରୁ ଏକ ବନ୍ଧୁତ୍ୱପୂର୍ଣ୍ଣ ଦିଗକୁ ସୂଚନା ଦେଉଛି। ତାହା ହେଉଛି ଋଷିଆ ରାଷ୍ଟ୍ରପତି ପୁଟିନ୍‌ ଓ ଚାଇନା ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ଏହି ସମ୍ମିଳନୀ ଏକାଠି କରିଛି।

ଏହାବାଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଜିନପିଙ୍ଗଙ୍କ ମଧ୍ୟରେ ବୁଧବାର ଦ୍ୱିପାକ୍ଷିକ ଆଲୋଚନା ଅନୁଷ୍ଠିତ ହୋଇଥିଲା। ସୀମାରେ ଶାନ୍ତି, ପାରସ୍ପରିକ ବିଶ୍ୱାସ ଏବଂ ସମ୍ମାନକୁ ପ୍ରଥମିକତା ଦେବା ନିମନ୍ତେ ପ୍ରଧାନମନ୍ତ୍ରୀ ଚାଇନା ରାଷ୍ଟ୍ରପତିଙ୍କୁ କହିଛନ୍ତି। ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲଏସି)ରେ ପାଟୋଲିଂ ପାଇଁ ଦୁଇ ଦେଶ ମଧ୍ୟରେ ବୁଝାମଣା ହୋଇଥିବାରୁ ଉଭୟ ନେତା ଏହାକୁ ପ୍ରଶଂସା କରିଥିଲେ।

ପାଖାପାଖି ୫ ବର୍ଷ ପରେ ମୋଦି ଏବଂ ଜିପିଙ୍ଗଙ୍କ ମଧ୍ୟରେ ଏହା ପ୍ରଥମ ଗଠନମୂଳକ ଦ୍ୱିପାକ୍ଷିକ ଆଲୋଚନା। ପରିପକ୍ୱତା ଏବଂ ପାରସ୍ପରିକ ସମ୍ମାନ ପ୍ରଦର୍ଶନ ଦ୍ୱାରା ଦୁଇଦେଶ ମଧ୍ୟରେ ଶାନ୍ତିପୂର୍ଣ୍ଣ ଏବଂ ସ୍ଥିର ସମ୍ପର୍କ ରଖାଯାଇପାରିବା ନେଇ ଦୁଇ ନେତା ସହମତ ହୋଇଥିଲେ।

ଏହାପରେ ମୋଦି ଭାରତରେ COP28 ରେ ହୋଇଥିବା Mission LIFE and Green Credit initiatives ସମ୍ପର୍କରେ ଆଲୋଚନା କରିଥିଲେ। ଏବଂ ବ୍ରିକ୍ସର ଦେଶମାନଙ୍କୁ ଏଥିରେ ଯୋଗ ଦେବାକୁ ଆମନ୍ତ୍ରଣ କରିଥିଲେ। ଏଥିସହ ସେ ପୁଟିନ୍‌, ଇରାନ ରାଷ୍ଟ୍ରପତି ମୋସୁଦ ପେଜେସେଖିଆନ ଓ ୟୁଏଇ ରାଷ୍ଟ୍ରପତି ମହମ୍ମଦ ବିନ୍‌ ଜାୟାଦଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?