Posted inଜାତୀୟ

ମୋଦି ଆମେରିକାରୁ ଫେରିଲେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଶୋଚନୀୟ ପରାଜିତ ହେବାର ଦିନକ ପରେ ମୁଖ୍ୟମନ୍ତ୍ରୀ ପଦରୁ ଆତିଶୀ ଇସ୍ତଫା ଦେଇଛନ୍ତି। କାଲ୍‌କାଜି ଆସନରୁ ଜିତିଥିବା ଆତିଶୀ ରବିବାର ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କୁ ଭେଟି ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।

ନୂଆ ସରକାର ଗଢ଼ାହେବା ପର୍ଯ୍ୟନ୍ତ ବିଦାୟୀ ମୁଖ୍ୟମନ୍ତ୍ରୀଙ୍କୁ ଉକ୍ତ ପଦରେ ରହିବାକୁ ସାକ୍ସେନା କହିଥିବା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରୁ ଫେରିବା ପରେ ଆସନ୍ତା ସପ୍ତାହରେ ଭାଜପା ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବ ବୋଲି ଆଶା କରାଯାଉଛି। ଶନିବାର ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ଉପରାଜ୍ୟପାଳ ଦିଲ୍ଲୀ ବିଧାନସଭା ଭଙ୍ଗ କରିଥିଲେ।

ଗତ ୫ ତାରିଖରେ ଅନୁଷ୍ଠିତ ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପା ୪୮ ଆସନରେ ବିଜୟୀ ହୋଇ ୨୬ ବର୍ଷରୁ ଊର୍ଦ୍ଧ୍ୱ ସମୟ ବ୍ୟବଧାନରେ ଦିଲ୍ଲୀରେ କ୍ଷମତାକୁ ଫେରିଛି। ଅନ୍ୟପକ୍ଷରେ ଶାସକ ଭାଜପା ୨୨ ଆସନରେ ସୀମିତ ରହିଥିବାବେଳେ କଂଗ୍ରେସ କ୍ରମାଗତ ତୃତୀୟ ଥର ପାଇଁ ଖାତା ଖୋଲିପାରି ନାହିଁ। ଅବକାରୀ ଦୁର୍ନୀତି ମାମଲାରେ ଜେଲ୍‌ ଯିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନିଜ ପଦରୁ ଇସ୍ତଫା ଦେବାରୁ ଗତବର୍ଷ ସେପ୍ଟେମ୍ବରରେ ଆତିଶୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ।

ଦିଲ୍ଲୀରେ ଆପ୍‌ ଏକ ଗଠନମୂଳକ ବିରୋଧୀ ଦଳର ଭୂମିକା ନିର୍ବାହ କରିବ ବୋଲି ଦଳୀୟ ମୁଖପାତ୍ର ପ୍ରିୟଙ୍କା କକ୍କର କହିଛନ୍ତି। ୨୬ ବର୍ଷ ପରେ ଭାଜପା ଦିଲ୍ଲୀରେ କ୍ଷମତାକୁ ଫେରିଥିବାରୁ ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ବହୁ ଆଡ଼ମ୍ବର ସହିତ ଆୟୋଜିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ଦିଲ୍ଲୀରୁ ଫେରିବା ପରେ ଏହି ଉତ୍ସବ ଅନୁଷ୍ଠିତ ହେବ ବୋଲି ଭାଜପା ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri