ରତ୍ନଭଣ୍ଡାରକୁ ନେଇ ମୋଦିଙ୍କ ବଡ଼ ଖୁଲାସା, କହିଲେ ବିଜେଡି…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା ମେଗା ରୋଡ ଶୋ’ ବିଷୟରେ କହିବା ସହ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।

ଅଭିଭାଷଣ ସମୟରେ ସେ ବିଜେଡିକୁ ରତନଭଣ୍ଡାର ପ୍ରସଙ୍ଗ ନେଇ ଘେରିଛନ୍ତି। ପୂର୍ବରୁ ମୋଦି ନିର୍ବାଚନୀ ପ୍ରଚାର ପାଇଁ ଯେତିକି ଥର ଓଡ଼ିଶା ଆସିଛନ୍ତି ସେତେବେଳେ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି। କିନ୍ତୁ ଆଜି ଫୁଲବାଣୀରେ ବିଶାଳ ଜନସଭାକୁ ସମ୍ବୋଧନ କରି ବିଜେଡିକୁ ତୁହାକୁ ତୁହା ଆକ୍ରମଣ କରିଛନ୍ତି।

ସେ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟାଙ୍କନ ୪୫ ବର୍ଷ ତଳେ ହୋଇଥିଲା। ଭଗବାନ ଜଗନ୍ନାଥଙ୍କ ବିନା ଆମର ଜୀବନ ହିଁ ନାହିଁ। ଜଗନ୍ନାଥ ଅଛନ୍ତି ତ ଜୀବନ ଅଛି। ଗତ ୪୦ ବର୍ଷରୁ ଅଧିକ ହେଲାଣି ରତ୍ନଭଣ୍ଡାର ଖୋଲାଯାଇନାହିଁ। ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ଗଲା ୬ ବର୍ଷ ହେଲାଣି ମିଳୁନି। ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାନ୍ତି ବିଜେଡି ସରକାର। ଚାବି କୁଆଡ଼େ ଗଲା, ଆପଣଙ୍କର ଜାଣିବା ଅଧିକାର ଅଛି।

ରାଜ୍ୟ ସରକାର କହୁଛନ୍ତି ଡୁପ୍ଲିକେଟ ଚାବି ମିଳିଛି। ଡୁପ୍ଲିକେଟ ଚାବି କାହିଁକି ତିଆରି ହେଲା। ଡୁପ୍ଲିକେଟ ଚାବିରେ କେହି ରତ୍ନ ଭଣ୍ଡାର ଖୋଲୁ ନ ଥିଲା ତ, ରତ୍ନ ନେଉ ନ ଥିଲା ତ। ଚାବି ହଜିବାଠାରୁ ଡୁପ୍ଲିକେଟ ଚାବି, ଅଧିକ ଗମ୍ଭୀର ବିଷୟ। ଏଥିପାଇଁ କମିଶନ ତ ବସିଲା, ହେଲେ କମିଶନ ରିପୋର୍ଟ ସାର୍ବଜନୀନ ହେଲାନି। ନବୀନ ବାବୁଙ୍କ ସରକାର ଏ ବିଷୟକୁ ନେଇ ଭୀତତ୍ରସ୍ତ ଅଛନ୍ତି। ଭାଜପା ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?