ଓଡ଼ିଆରେ ଏତେ ବଡ଼କଥା କହିଦେଲେ ମୋଦି

ଭୁବନେଶ୍ୱର,୨୯।୧୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ସମ୍ବୋଦନ କରିଛନ୍ତି।

ଓଡ଼ିଆରେ ଅଭିଭାଷଣ ଆରମ୍ଭ କରିଛନ୍ତି ମୋଦି। ସମସ୍ତଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଦିଲ୍ଲୀରେ ଓଡ଼ିଶା ପର୍ବରେ ୫ ଦିନ ପୂର୍ବେ ଭଲ ମସଲା ଚା ପିଇଥିଲି। ଆଜି ଲିଙ୍ଗରାଜଙ୍କ ଭୂମିକୁ ଆସିବାର ସୁଯୋଗ ମିଳିଛି। ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକ ମୋତେ ଅଭିଭୂତ କରିଛି।

ଓଡ଼ିଶାର ବିକାଶ ପାଇଁ ଆମେ ଲଗାତାର କାମ କରୁଛୁ। ପୂର୍ବରୁ ମନ୍ତ୍ରି ପରିଷଦରେ ଓଡ଼ିଶାରୁ କେବେ ଏତେ ସଦସ୍ୟ ନଥିଲେ। ଓଡ଼ିଶା ଲୋକେ ହୃଦୟ ଖୋଲି ଆମକୁ ସମର୍ଥନ କରିଛନ୍ତି। ବିଦେଶକୁ ଗଲେ ଲଗାତାର ତୃତୀୟ ଥର ସରକାର ପାଇଁ ପ୍ରଶଂସା ପାଉଛୁ।

ଶୁକ୍ରବାର ଅପରାହ୍ନରେ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ସର୍ବଭାରତୀୟ ସ୍ତରରେ ଆୟୋଜିତ ୫୯ ଡିଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପରେ ସେ ଏକ କାର୍‌ରେ ସଭାସ୍ଥଳକୁ ଯାଇଛନ୍ତି। ମୋଦିଙ୍କୁ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ବିମାନବନ୍ଦରରେ ଉପସ୍ଥିତ ଥିଲେ। ଏହା ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଅଜିତ ଡୋଭାଲ ଏବଂ ଅଶ୍ୱିନୀ ବୈଷ୍ଣବ ମଧ୍ୟ ପହଞ୍ଚି ସାରିଥିଲେ।

ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚତ୍ ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚତ୍ ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ୍‌ କରି ପୋଲିସ ଓ ବିଏସ୍‌ଏଫ୍‌ କଡ଼ା ଯାଞ୍ଚ କରୁଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପୋଲିସ ସନ୍ଧାନୀ କୁକୁର ସହାୟତାରେ ଗୁରୁବାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି। ଏହାସହ ବିମାନବନ୍ଦର, ଲୋକ ସେବାଭବନ, ରାଜଭବନ ଓ ରାଜ୍ୟ ଅତିଥିଭବନ, ମୈତ୍ରୀବିହାର, ଚନ୍ଦ୍ରଶେଖରପୁରରେ ଥିବା ଆଇପିଏସ୍‌ ମେସ୍‌ ସହିତ ପ୍ରମୁଖ ଅଞ୍ଚଳରେ ପୋଲିସ କଡ଼ା ପହରା ଦେବା ସହ ନୋ ଫ୍ଲାଏ ଜୋନ୍‌ ଘୋଷଣା କରାଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ଲୁ ବୁକ ଅନୁଯାୟୀ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ଗୁରୁବାର ପୋଲିସ ପକ୍ଷରୁ କାର୍‌କେଡ୍‌ ରିହରସାଲ୍‌ କରାଯାଇଛି। ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ରିହରସାଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri