୩୫ ବଲ୍‌ରେ ଶତକ ହାସଲ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କହିଦେଲେ ମୋଦି

ନୂଆଦିଲ୍ଲୀ,୫।୫: ଆଇପିଏଲରେ ୩୫ ବଲ୍‌ରେ ଶତକ ହାସଲ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ବ୍ୟାଟିଂରେ ସମସ୍ତେ ପ୍ରଭାବିତ। ଏବେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ତାଙ୍କର ବହୁତ ପ୍ରଶଂସା କରିଛନ୍ତି।

ପାଟଲିପୁତ୍ର ଷ୍ଟାଡିୟମରେ ଆୟୋଜିତ ଖେଲୋ ଇଣ୍ଡିଆ ୟୁଥ ଗେମ୍ସ ୨୦୨୫ର ଉଦଘାଟନୀ ସମାରୋହରେ ସେ କହିଥିଲେ,ଆମେ ସମସ୍ତେ ଆଇପିଏଲରେ ବିହାରର ପୁଅ ବୈଭବ ସୂର୍ଯ୍ୟବଂଶୀଙ୍କ ଚମତ୍କାର ପ୍ରଦର୍ଶନ ଦେଖିଛୁ। ବୈଭବ ଏତେ କମ ବୟସରେ ଏତେ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ତାଙ୍କ ଖେଳ ପଛରେ ତାଙ୍କର କଠିନ ପରିଶ୍ରମ ରହିଛି, କିନ୍ତୁ ବିଭିନ୍ନ ସ୍ତରରେ ମ୍ୟାଚ ଖେଳିବା ମଧ୍ୟ ତାଙ୍କୁ ସାହାଯ୍ୟ କରିଛି। ଏହାର ଅର୍ଥ, ଯେତେ ଅଧିକ ଖେଳିବ, ସେ ସେତେ ଅଧିକ ପ୍ରସ୍ଫୁଟିତ ହେବ।

୧୪ ବର୍ଷୀୟ ଖେଳାଳି ଗୁଜୁରାଟ ଟାଇଟାନ୍ସ (GT) ବିପକ୍ଷରେ ତାଙ୍କର ତୃତୀୟ IPL ମ୍ୟାଚ୍‌ରେ ୩୫ ବଲ୍‌ରେ ଶତକ ହାସଲ କରିଥିଲେ ଏବଂ ପୁରୁଷ T20 କ୍ରିକେଟ୍‌ରେ ଶତକ ହାସଲ କରିଥିବା ସବୁଠାରୁ ଯୁବ ବ୍ୟାଟ୍ସମ୍ୟାନ ହୋଇଥିଲେ। ସେ ଆଇପିଏଲରେ ଦ୍ରୁତତମ ଶତକ ହାସଲ କରିବାରେ ଭାରତୀୟ ବ୍ୟାଟସମ୍ୟାନ ମଧ୍ୟ ହୋଇଛନ୍ତି। ସେ ଆଇପିଏଲରେ ଦ୍ରୁତତମ ଶତକ ହାସଲ କରିବାରେ କ୍ରିସ ଗେଲଙ୍କ ପରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri