୩୫ ବଲ୍‌ରେ ଶତକ ହାସଲ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କହିଦେଲେ ମୋଦି

ନୂଆଦିଲ୍ଲୀ,୫।୫: ଆଇପିଏଲରେ ୩୫ ବଲ୍‌ରେ ଶତକ ହାସଲ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ବ୍ୟାଟିଂରେ ସମସ୍ତେ ପ୍ରଭାବିତ। ଏବେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ତାଙ୍କର ବହୁତ ପ୍ରଶଂସା କରିଛନ୍ତି।

ପାଟଲିପୁତ୍ର ଷ୍ଟାଡିୟମରେ ଆୟୋଜିତ ଖେଲୋ ଇଣ୍ଡିଆ ୟୁଥ ଗେମ୍ସ ୨୦୨୫ର ଉଦଘାଟନୀ ସମାରୋହରେ ସେ କହିଥିଲେ,ଆମେ ସମସ୍ତେ ଆଇପିଏଲରେ ବିହାରର ପୁଅ ବୈଭବ ସୂର୍ଯ୍ୟବଂଶୀଙ୍କ ଚମତ୍କାର ପ୍ରଦର୍ଶନ ଦେଖିଛୁ। ବୈଭବ ଏତେ କମ ବୟସରେ ଏତେ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ତାଙ୍କ ଖେଳ ପଛରେ ତାଙ୍କର କଠିନ ପରିଶ୍ରମ ରହିଛି, କିନ୍ତୁ ବିଭିନ୍ନ ସ୍ତରରେ ମ୍ୟାଚ ଖେଳିବା ମଧ୍ୟ ତାଙ୍କୁ ସାହାଯ୍ୟ କରିଛି। ଏହାର ଅର୍ଥ, ଯେତେ ଅଧିକ ଖେଳିବ, ସେ ସେତେ ଅଧିକ ପ୍ରସ୍ଫୁଟିତ ହେବ।

୧୪ ବର୍ଷୀୟ ଖେଳାଳି ଗୁଜୁରାଟ ଟାଇଟାନ୍ସ (GT) ବିପକ୍ଷରେ ତାଙ୍କର ତୃତୀୟ IPL ମ୍ୟାଚ୍‌ରେ ୩୫ ବଲ୍‌ରେ ଶତକ ହାସଲ କରିଥିଲେ ଏବଂ ପୁରୁଷ T20 କ୍ରିକେଟ୍‌ରେ ଶତକ ହାସଲ କରିଥିବା ସବୁଠାରୁ ଯୁବ ବ୍ୟାଟ୍ସମ୍ୟାନ ହୋଇଥିଲେ। ସେ ଆଇପିଏଲରେ ଦ୍ରୁତତମ ଶତକ ହାସଲ କରିବାରେ ଭାରତୀୟ ବ୍ୟାଟସମ୍ୟାନ ମଧ୍ୟ ହୋଇଛନ୍ତି। ସେ ଆଇପିଏଲରେ ଦ୍ରୁତତମ ଶତକ ହାସଲ କରିବାରେ କ୍ରିସ ଗେଲଙ୍କ ପରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri