Posted inଜାତୀୟ

ପ୍ରାଣ ପ୍ରତିଷ୍ଠା ସମୟର ଭିଡିଓ ଶେୟାର କରି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୩।୧: ରାମନଗର ଅଯୋଧ୍ୟାରେ ରାମ ମନ୍ଦିର ପ୍ରସ୍ତୁତ। ଗତକାଲି ଅର୍ଥାତ୍‌ ୨୨ ଜାନୁଆରୀରେ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ଶେଷ ହୋଇଥିଲା। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଭାରତର ବଡ ଚେହେରା ଅଂଶଗ୍ରହଣ କରିଥିଲେ। ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଦେଶର ଭେଟେରାନ ନେତା, ଚଳଚ୍ଚିତ୍ର, କ୍ରୀଡା ଏବଂ ଇଣ୍ଡଷ୍ଟ୍ରିର ବଡ଼ ଚେହେରା ଅଂଶଗ୍ରହଣ କରିଥିଲେ।
ବର୍ତ୍ତମାନ ସାଧାରଣ ଲୋକଙ୍କ ପାଇଁ ରାମଲାଲାଙ୍କ ଦର୍ଶନ ପାଇଁ ମନ୍ଦିରର ଦ୍ୱାର ଖୋଲାଯାଇଛି। ଭକ୍ତ ପ୍ରବଳ ଭିଡ଼ରେ ରାମଲାଲାଙ୍କ ଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁୟାରୀ ୨୨ ସକାଳେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମର ଭିଡିଓ ଶେୟାର କରିଛନ୍ତି।
ଅଯୋଧ୍ୟାରେ ଆୟୋଜିତ ହୋଇଥିବା ବିଶାଳ ସମାରୋହର ଭିଡିଓ ଶେୟାର କରି ସେ ଲେଖିଛନ୍ତି ଯେ, ଜାନୁଆରୀ ୨୨ରେ ଆମେ ଅଯୋଧ୍ୟାରେ ଯାହା ଦେଖିଲୁ ତାହା ଆଗାମୀ ଅନେକ ବର୍ଷ ପର୍ଯ୍ୟନ୍ତ ଆମ ସ୍ମୃତିରେ ରହିବ। ଭିଡିଓରେ ପିଏମ ମୋଦି ମନ୍ଦିରରେ ଏଣ୍ଟ୍ରି, ମନ୍ଦିରର ସୌନ୍ଦର୍ଯ୍ୟ ସହିତ ଗର୍ଭଗୃହରେ ପ୍ରାଣ ପ୍ରତିଷ୍ଠା ସମୟକୁ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri