୨୦୨୯ ନିର୍ବାଚନ ଜିତିବାକୁ ମୋଦିଙ୍କ ଟାର୍ଗେଟ୍‌, ଏନ୍‌ଡିଏ ବୈଠକରେ କହିଲେ…

ନୂଆଦିଲ୍ଲୀ, ୭ା୬: ନୂଆଦିଲ୍ଲୀରେ ଜାରି ରହିଛି ଏନ୍‌ଡିଏର ସଂସଦୀୟ ଦଳ ବୈଠକ। ସଂସଦୀୟ ଦଳ ନେତା ଭାବେ ନରେନ୍ଦ୍ର ମୋଦିଙ୍କୁ ଏହି ବୈଠକରେ ସର୍ବ ସମ୍ମତି କ୍ରମେ ଚୟନ କରାଯାଇଛି। ମୋଦି ନବ ନିର୍ବାଚିତ ନେତାଙ୍କୁ ଆଗାମୀ ୧୦ ବର୍ଷ ମଧ୍ୟରେ ଭାରତକୁ ଦ୍ରୁତ ବିକାଶ ଦିଗରେ ନେଇଯିବାକୁ ଆହ଼୍ବାନ ଦେଇଛନ୍ତି। ସେ କହିଛନ୍ତି ଆମେ ଦେଶରେ ଗୁଡ୍‌ ଗଭର୍ଣ୍ଣାନ୍ସ କଥା କହୁଛୁ। ଦେଶର ସାଧାରଣ ନାଗରିକ ଜୀବନରେ ସରକାରଙ୍କ ଦଖଲ କମ୍‌ ହେଉ । ୧୦ ବର୍ଷ ଦ୍ରୁତ ବିକାଶ ସହିତ ମୋଦି ୨୦୨୯ରେ ମଧ୍ୟ ଭାଜପା ନିର୍ବାଚନ ଜିତିବା ନେଇ ଟାର୍ଗେଟ୍‌ ଦେଇଛନ୍ତି। ଦଳର ନେତା ଚୟନକୁ ନେଇ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଏନ୍‌ ଚନ୍ଦ୍ରବାବୁ ନାଇଡ଼ୁ ମଧ୍ୟ ମୋଦିଙ୍କୁ ପ୍ରଂଶସା କରିଛନ୍ତି।
ମୋଦି ତାଙ୍କ ବକ୍ତବ୍ୟରେ କହିଛନ୍ତି ଯେ, ଏତେ ଲୋକଙ୍କ ସ଼୍ବାଗତ କରିବାକୁ ସୁଯୋଗ ମିଳିଥିବାରୁ ମୁଁ ଖୁସିବ୍ୟକ୍ତ କରୁଛି। ରାତି-ଦିନ ଦଳର ଯେଉଁ କାର୍ଯ୍ୟକର୍ତ୍ତାମାନେ ପରିଶ୍ରମ କରିଛନ୍ତି, ମୁଁ ସେମାନଙ୍କୁ ମୁଣ୍ଡ ନୁଆଁଇ ପ୍ରଣାମ କରୁଛି। ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ ଗତ ୧୦ ବର୍ଷ ମଧ୍ୟରେ ଭାରତ କରିଥିବା କାର୍ଯ୍ୟ ଯୋଗୁଁ ଆଜି ଭାରତ ବିଶ୍ୱ ଭାବମୂର୍ତ୍ତିରେ ପରିଣତ ହୋଇଛି। ବିଶ୍ୱ ଆମକୁ ବିଶ୍ୱବନ୍ଧୁ ଭାବରେ ଗ୍ରହଣ କରିଛି। ଆମେ ଯେପରି ପ୍ରତ୍ୟେକ ସଙ୍କଟକୁ ମୁକାବିଲା କରିଥିଲୁ, ମାନବିକ ମୂଲ୍ୟବୋଧକୁ ଆମେ ଯେପରି ପ୍ରାଧାନ୍ୟ ଦେଇଥିଲୁ ତାର ଫଳାଫଳ ଆଜି ସାରା ବିଶ଼୍ବ ଦେଖୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri