Posted inଜାତୀୟ

ମୋଦି ଦିଅନ୍ତୁ ଇସ୍ତଫା, ଶାହା ହୁଅନ୍ତୁ ଦେଶର ପ୍ରଧାନମନ୍ତ୍ରୀ: ଟି.ଏସ. ସିଂ ଦେଓ…

ରାୟପୁର,୨୭।୭ : ମଣିପୁର ପ୍ରସଙ୍ଗରେ ସାରା ଦେଶରେ ଉତ୍ତେଜନା ଦେଖାଦେଇଛି। ସଂସଦରେ ବିରୋଧୀ ଦଳର ମିଳିତ ମେଣ୍ଟ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉତ୍ତର ମାଗି ଲୋକସଭାରେ ସରକାରଙ୍କ ବିରୋଧରେ ଏକ ଅନାସ୍ଥା ପ୍ରସ୍ତାବ ଆଗତ କରିଛି। ଲୋକସଭା ବାଚସ୍ପତି ଓମ ର୍ବିଲା ଏହାକୁ ଗ୍ରହଣ କରିଛନ୍ତି ଏବଂ ପ୍ରସ୍ତାବ ଉପରେ ଆଲୋଚନା ପାଇଁ ତାରିଖ ଦେବାକୁ ସମସ୍ତ ପକ୍ଷଙ୍କୁ କହିଛନ୍ତି। ଅପରପକ୍ଷରେ ଛତିଶଗଡର ଉପମୁଖ୍ୟମନ୍ତ୍ରୀ ଟି.ଏସ ସିଂ ଦେଓ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦେଶର ପ୍ରଧାନମନ୍ତ୍ରୀ କରିବାକୁ ଦାବି କରିଛନ୍ତି।

ମଣିପୁରର ପରିସ୍ଥିତିକୁ ନେଇ ଛତିଶଗଡର ଡେପୁଟି ସିଏମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଟି.ଏସ ସିଂ ଦେଓ କହିଛନ୍ତି ଯଦି ମଣିପୁର ଘଟଣାର ପ୍ରଧାନମନ୍ତ୍ରୀ ନିଜର ଦାୟିତ୍ୱବୋଧ ଗ୍ରହଣ କରିବାକୁ ଚାହୁଁ ନାହାଁନ୍ତି, ତେବେ ସେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଧାନମନ୍ତ୍ରୀ କରିବା ଉଚିତ ଏବଂ ଶାହା ଦେଶକୁ ଉତ୍ତର ଦେବା ଉଚିତ। ମଣିପୁରରେ ଘଟିଥିବା ଘଟଣାକୁ ଅତ୍ୟନ୍ତ ସମ୍ବେଦନଶୀଳ ବୋଲି ବର୍ଣ୍ଣନା କରି ଡେପୁଟି ସିଏମ କହିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ ଏହି ପ୍ରସଙ୍ଗରେ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବଦଳରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ଚାହୁଁଛନ୍ତି। ମଣିପୁର ପ୍ରସଙ୍ଗରେ ଆଲୋଚନା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରୋଧୀଙ୍କୁ ଚିଠି ଲେଖିବା ପରେ ଛତିଶଗଡର ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଅନେକ ଲୋକଙ୍କ ଜୀବନ ଯାଇଛି। ମହିଳାମାନଙ୍କ ପ୍ରତି ନିର୍ଦ୍ଦୟ ତଥା ଅମାନୁଷିକ ବ୍ୟବହାର କରାଯାଉଛି । ଯଦି ଏଫଆଇଆରର ୭୭ ଦିନ ପରେ କାର୍ଯ୍ୟ ଆରମ୍ଭ ହୁଏ, ତେବେ ଏଥି ପାଇଁଁ କିଏ ଦାୟୀ?

ମଣିପୁର ସିଏମ ଏନ ବିରେନ ସିଂ ଇସ୍ତଫା ଦେବା ଉଚିତ ଏବଂ ଯଦି ସେ ଏହା କରିବାକୁ ଚାହୁଁ ନାହାଁନ୍ତି ତେବେ କେନ୍ଦ୍ରୀୟ ନେତୃତ୍ୱ ତାଙ୍କୁ ହଟାଇବାକୁ ଦ୍ୱିଧା କରିବା ଠିକ ନୁହେଁ। ତାଙ୍କୁ ବହୁ ପୂର୍ବରୁ ହଟାଇ ଦିଆଯିବା ଉଚିତ ଥିଲା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯଦି ବିରେନ ସିଂ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାରେ ସକ୍ଷମ ନୁହଁନ୍ତି, ତେବେ ସେ ସିଏମ ଭାବେ କାର୍ଯ୍ୟ ଜାରି ରଖିବାର କୌଣସି ଅର୍ଥ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?