Posted inଜାତୀୟ

ରାହୁଲଙ୍କୁ କେତେ ଟଙ୍କା ଦେଇଛନ୍ତି ଅମ୍ବାନୀ-ଆଦାନୀ, ମୋଦି କହିଲେ…

ନୂଆଦିଲ୍ଲୀ,୮।୫: ତେଲଙ୍ଗାନାର କରିମନଗରର ଏକ ନିର୍ବାଚନ ରାଲିରେ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଏବଂ ଭାରତ ରାଷ୍ଟ୍ର ସମିତି (ବିଆରଏସ) ଉପରେ ବର୍ଷିଛନ୍ତି। ଏହାରି ଭିତରେ ମୋଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି, ନିର୍ବାଚନ ଘୋଷଣା ହେବା ଦିନଠାରୁ ରାହୁଲ, ଅମ୍ବାନୀ ଏବଂ ଆଦାନୀଙ୍କ କଥା କହିବା ବନ୍ଦ କରି ଦେଇଛନ୍ତି। ଏବେ ତା’ହେଲେ ଭିତରେ କେଉଁ ଡିଲ ହୋଇଛି ଯାହାକୁ ନେଇ ଅମ୍ବାନୀ-ଆଦାନୀଙ୍କୁ ରାହୁଲ ଟାର୍ଗେଟ କରିବା ବନ୍ଦ କରିଦେଇଛନ୍ତି। ଏହି ୫ ବର୍ଷ ଭିତରେ ଗାଳି ଦେବା ପରେ ଏବେ କିଛି ଚୋରି ସାମଗ୍ରୀ ଘରେ ବୋଧେ ପହଞ୍ଚିଛି। ତେବେ ଏ ସମ୍ପର୍କରେ ରାଜକୁମାର ହିଁ ସ୍ପଷ୍ଟ କରିପାରିବେ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଯେହେତୁ ତାଙ୍କ ରାଫେଲ ମାମଲା ଭିତ୍ତିହୀନ, ସେଥିପାଇଁ ସେମାନେ ଆଉ ଏକ ଭିତ୍ତିହୀନ ପ୍ରସଙ୍ଗ ଦୋହରାଇବାକୁ ଲାଗିଲେ। ଶିଳ୍ପପତି ଆଦାନୀ-ଅମ୍ବାନୀଙ୍କୁ ଲଗାତାର ଟାର୍ଗେଟ କରିବାକୁ ଲାଗିଲେ। କିନ୍ତୁ ନିର୍ବାଚନ ଘୋଷଣା ହେବା ପରଠାରୁ ସେମାନେ ଅମ୍ବାନୀ-ଆଦାନୀ କହିବା ବନ୍ଦ କରି ଦେଇଛନ୍ତି। ଆଜି ମୁଁ ତେଲଙ୍ଗାନାକୁ ପଚାରିବାକୁ ଚାହୁଁଛି ଯେ, ଏହି ରାଜକୁମାରମାନେ ନିର୍ବାଚନରେ ଅମ୍ବାନୀ-ଆଦାନୀଙ୍କଠାରୁ କେତେ ଟଙ୍କା ନେଇଛନ୍ତି ତାହା ସର୍ବସମ୍ମୁଖରେ ଘୋଷଣା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri