ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ଯାହାପରେ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି।

ଗତ କିଛି ଦିନ ପୂର୍ବରୁ ମୋଦି ବିରାଟ ଜନସଭାରେ ବିଜେଡି ଓ ପାଣ୍ଡିଆନଙ୍କୁ ଟାର୍ଗେଟ କରି ତତଲା ବୟାନ ଦେଇଛନ୍ତି। ଯାହା ପରେ ବିଜେଡି ମଧ୍ୟ ପ୍ରତି ଆକ୍ରମଣ କରିବାକୁ ପଛଘୁଞ୍ଚା ଦେଇନାହିଁ। ଗତ ସୋମବାର ଦୁଇଦଳ ମଧ୍ୟରେ ସଣ୍ଢୁଆଶି ଆକ୍ରମଣ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ରାଜଧାନୀ ପାରଦ ପରି ରାଜଧାନୀ ରାଜନୀତି ମଧ୍ୟ ଉପରମୁହାଁ ଧରିଥିଲା। ତେବେ ଶୁକ୍ରବାର ଭୁବନେଶ୍ୱରରେ ରୋଡ ଶୋ’ ସାରି ମେଣ୍ଟ ନେଇ ଜାତୀୟ ଗଣମାଧ୍ୟମରେ ସଫାସଫା ଶୁଣାଇ ଦେଇଛନ୍ତି ମୋଦି।

ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି। ରାଜ୍ୟରେ ଏକ ବଡ଼ ଟର୍ଣ୍ଣିଂ ପଏଣ୍ଟ ଆସିବାକୁ ଯାଉଛି। ଓଡ଼ିଶାରେ ଆଗକୁ ପଦ୍ମ ଫୁଟିବାକୁ ଯାଉଛି। ସେହିପରି ମେଣ୍ଟ ଆଲୋଚନା ନେଇ ସ୍ପଷ୍ଟ ମତ ରଖିଛନ୍ତି ମୋଦି। ସେ କହିଛନ୍ତି, ଆମେ ଦୁଇଟି ଅଲଗା ଦଳ। ସଂସଦରେ ପ୍ରସଙ୍ଗ ଭିତ୍ତିକ ସମର୍ଥନ ମିଳିଛି। ବିଧାନସଭାରେ ଆମର ଲଢେଇ ଜାରି ରହିଛି। କାରଣ ଓଡ଼ିଶାର ଅସ୍ମିତା ଏଠାରେ ବିପଦରେ ପଡିଛି। କିନ୍ତୁ ପଦ୍ମ ଫୁଟାଇବା ପାଇଁ ଆମେ ପ୍ରତିବଦ୍ଧ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri