ପୁରୀ ରଥଯାତ୍ରା କଥା କହିଲେ ମୋଦି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ଓଡ଼ିଶାର ପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କହିଛନ୍ତି। ଜୁଲାଇ ୧ରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପୁରୀ ରଥଯାତ୍ରା ସହିତ ପ୍ରତ୍ୟେକ ଦେଶବାସୀ ପରିଚିତ। ଏହି ଅବସରରେ ପୁରୀ ଯିବାର ସୌଭାଗ୍ୟ ପାଇବା ପାଇଁ ପ୍ରତ୍ୟେକ ଲୋକ ଚେଷ୍ଟା କରିଥାନ୍ତି। ଅନ୍ୟ ରାଜ୍ୟରେ ମଧ୍ୟ ଜଗନ୍ନାଥଙ୍କ ରଥଯାତ୍ରା ଖୁବ୍‌ ଧୁମଧାମରେ ହୋଇଥାଏ। ଆମର ଗ୍ରନ୍ଥରେ “ଆଷାଢ଼ସ୍ୟ ଦ୍ୱିତୀୟ ଦିବସେ… ରଥଯାତ୍ରା’, ସଂସ୍କୃତ ଶ୍ଳୋକରେ ଏହିପରି ବର୍ଣ୍ଣନା ରହିଛି। ଗୁଜରାଟରେ ଥିବାବେଳେ ଅହମ୍ମଦାବାଦରେ ଅନୁଷ୍ଠିତ ରଥଯାତ୍ରାରେ ସେବା କରିବାର ସୌଭାଗ୍ୟ ମିଳୁଥିଲା ବୋଲି ମୋଦି କହିଛନ୍ତି। ଭଗବାନ ଜଗନ୍ନାଥ ନିଜର ଏହି ଯାତ୍ରା ଜରିଆରେ ଆମକୁ ଅନେକ ଗଭୀର ମାନବୀୟ ସନ୍ଦେଶ ଦିଅନ୍ତି। ସେ ଜଗତର ସ୍ବାମୀ, କିନ୍ତୁ ତାଙ୍କ ଯାତ୍ରାରେ ଗରିବ, ବଞ୍ଚିତଙ୍କ ବିଶେଷ ଅଂଶଗ୍ରହଣ ହୋଇଥାଏ। ଭଗବାନ ମଧ୍ୟ ସମାଜର ପ୍ରତ୍ୟେକ ବର୍ଗ ଓ ବ୍ୟକ୍ତିଙ୍କ ସହ ଚାଲିଥାନ୍ତି। ଏପରି ଆମ ଦେଶରେ ଯେତେ ଯାତ୍ରା ହୁଏ, ସବୁଠି ଧନୀଗରିବ, ଉଚ୍ଚନୀଚ ଏପରି କୌଣସି ଭେଦଭାବ ଦୃଷ୍ଟିକୁ ଆସେ ନାହିଁ। ସମସ୍ତ ଭେଦଭାବରୁ ଊର୍ଦ୍ଧ୍‌କୁ ଉଠି, ଯାତ୍ରା ହିଁ ସର୍ବୋପରି ହୋଇଥାଏ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ସ୍ବାଧୀନତା ପ୍ରାପ୍ତିର ୭୫ ବର୍ଷ ଅବସରରେ ଦେଶ ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଜରୁରୀ ପରିସ୍ଥିତି ଜାରି ବେଳର କଳା ସମୟକୁ ଆମେ ଭୁଲିପାରିବା ନାହିଁ। ଭବିଷ୍ୟତ ବଂଶଧର ମଧ୍ୟ ଏହାକୁ ଭୁଲିବା ଉଚିତ ନୁହେଁ ବୋଲି ମୋଦି କହିଥିଲେ। ୧୯୭୫ ଜୁନ୍‌ରେ ଜରୁରୀ ଏମର୍ଜେନ୍ସି ଜାରି ଯୋଗୁ ନାଗରିକଙ୍କ ସମସ୍ତ ଅଧିକାର ଛଡ଼ାଇ ନିଆଯାଇଥିଲା। ଦେଶର ଗଣତନ୍ତ୍ରକୁ ଧ୍ୱଂସ କରିଦେବା ପାଇଁ ସେତେବେଳେ ଉଦ୍ୟମ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେହିପରି ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢ଼ୁଥିବାରୁ ପ୍ରତ୍ୟେକ ବ୍ୟକ୍ତି କୋଭିଡ୍‌ ଟିକାର ପ୍ରିକଶନ ଡୋଜ୍‌ ନେବା ଲାଗି ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହିତ ହାତ ଧୋଇବା ଓ ମାସ୍କ ବ୍ୟବହାର ଆଦି ସତର୍କତା ପଦକ୍ଷେପ ଜାରି ରଖିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri