ପୁରୀ ରଥଯାତ୍ରା କଥା କହିଲେ ମୋଦି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ଓଡ଼ିଶାର ପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କହିଛନ୍ତି। ଜୁଲାଇ ୧ରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପୁରୀ ରଥଯାତ୍ରା ସହିତ ପ୍ରତ୍ୟେକ ଦେଶବାସୀ ପରିଚିତ। ଏହି ଅବସରରେ ପୁରୀ ଯିବାର ସୌଭାଗ୍ୟ ପାଇବା ପାଇଁ ପ୍ରତ୍ୟେକ ଲୋକ ଚେଷ୍ଟା କରିଥାନ୍ତି। ଅନ୍ୟ ରାଜ୍ୟରେ ମଧ୍ୟ ଜଗନ୍ନାଥଙ୍କ ରଥଯାତ୍ରା ଖୁବ୍‌ ଧୁମଧାମରେ ହୋଇଥାଏ। ଆମର ଗ୍ରନ୍ଥରେ “ଆଷାଢ଼ସ୍ୟ ଦ୍ୱିତୀୟ ଦିବସେ… ରଥଯାତ୍ରା’, ସଂସ୍କୃତ ଶ୍ଳୋକରେ ଏହିପରି ବର୍ଣ୍ଣନା ରହିଛି। ଗୁଜରାଟରେ ଥିବାବେଳେ ଅହମ୍ମଦାବାଦରେ ଅନୁଷ୍ଠିତ ରଥଯାତ୍ରାରେ ସେବା କରିବାର ସୌଭାଗ୍ୟ ମିଳୁଥିଲା ବୋଲି ମୋଦି କହିଛନ୍ତି। ଭଗବାନ ଜଗନ୍ନାଥ ନିଜର ଏହି ଯାତ୍ରା ଜରିଆରେ ଆମକୁ ଅନେକ ଗଭୀର ମାନବୀୟ ସନ୍ଦେଶ ଦିଅନ୍ତି। ସେ ଜଗତର ସ୍ବାମୀ, କିନ୍ତୁ ତାଙ୍କ ଯାତ୍ରାରେ ଗରିବ, ବଞ୍ଚିତଙ୍କ ବିଶେଷ ଅଂଶଗ୍ରହଣ ହୋଇଥାଏ। ଭଗବାନ ମଧ୍ୟ ସମାଜର ପ୍ରତ୍ୟେକ ବର୍ଗ ଓ ବ୍ୟକ୍ତିଙ୍କ ସହ ଚାଲିଥାନ୍ତି। ଏପରି ଆମ ଦେଶରେ ଯେତେ ଯାତ୍ରା ହୁଏ, ସବୁଠି ଧନୀଗରିବ, ଉଚ୍ଚନୀଚ ଏପରି କୌଣସି ଭେଦଭାବ ଦୃଷ୍ଟିକୁ ଆସେ ନାହିଁ। ସମସ୍ତ ଭେଦଭାବରୁ ଊର୍ଦ୍ଧ୍‌କୁ ଉଠି, ଯାତ୍ରା ହିଁ ସର୍ବୋପରି ହୋଇଥାଏ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ସ୍ବାଧୀନତା ପ୍ରାପ୍ତିର ୭୫ ବର୍ଷ ଅବସରରେ ଦେଶ ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଜରୁରୀ ପରିସ୍ଥିତି ଜାରି ବେଳର କଳା ସମୟକୁ ଆମେ ଭୁଲିପାରିବା ନାହିଁ। ଭବିଷ୍ୟତ ବଂଶଧର ମଧ୍ୟ ଏହାକୁ ଭୁଲିବା ଉଚିତ ନୁହେଁ ବୋଲି ମୋଦି କହିଥିଲେ। ୧୯୭୫ ଜୁନ୍‌ରେ ଜରୁରୀ ଏମର୍ଜେନ୍ସି ଜାରି ଯୋଗୁ ନାଗରିକଙ୍କ ସମସ୍ତ ଅଧିକାର ଛଡ଼ାଇ ନିଆଯାଇଥିଲା। ଦେଶର ଗଣତନ୍ତ୍ରକୁ ଧ୍ୱଂସ କରିଦେବା ପାଇଁ ସେତେବେଳେ ଉଦ୍ୟମ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେହିପରି ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢ଼ୁଥିବାରୁ ପ୍ରତ୍ୟେକ ବ୍ୟକ୍ତି କୋଭିଡ୍‌ ଟିକାର ପ୍ରିକଶନ ଡୋଜ୍‌ ନେବା ଲାଗି ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହିତ ହାତ ଧୋଇବା ଓ ମାସ୍କ ବ୍ୟବହାର ଆଦି ସତର୍କତା ପଦକ୍ଷେପ ଜାରି ରଖିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri