Posted inଜାତୀୟ

ପଦକ ବିଜେତାଙ୍କ ସହ ଫୋନ୍‌ରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୩୦।୮: ସୋମବାର ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଆଥଲେଟ୍‌ମାନେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ଅବନୀ ଲେଖରା ଶୁଟିଂରେ ଦେଶ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତିଥିଲେ। ଯୋଗେଶ କଥୁନିୟା ଏବଂ ଦେବେନ୍ଦ୍ର ଝାଝରିଆ ରୌପ୍ୟ ପଦକ ଜିତିଥିଲେ। ସୁନ୍ଦର ସିଂ ଗୁର୍ଜର ବ୍ରୋଞ୍ଜ ପଦକ ଜିତିବାରେ ସଫଳ ହୋଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଆଥଲେଟଙ୍କ ପ୍ରଦର୍ଶନକୁ ନେଇ ବହୁତ ଖୁସି ଥିଲେ ଏବଂ ଫୋନରେ ପଦକ ବିଜେତାମାନଙ୍କ ସହ କଥା ହୋଇଥିଲେ।


ମହିଳା ୧୦ ମିଟର ଏୟାର ରାଇଫଲରେ ସ୍ବର୍ଣ୍ଣ ପଦକ ଜିତିଥିବା ଅବନୀ ଲେଖରାଙ୍କୁ ମୋଦି କହିଛନ୍ତି ଯେ, ଏହି ବିଜୟ ଅତ୍ୟନ୍ତ ଗର୍ବର ବିଷୟ। ଭାରତୀୟ କ୍ରୀଡ଼ା ପାଇଁ ଏହା ହେଉଛି ବିଶେଷ ମୁହୂର୍ତ୍ତ, ତୁମର ପରିଶ୍ରମ ଏବଂ ସୁଟିଂ ପାଇଁ ଆଗ୍ରହ, କଠିନ ପରିଶ୍ରମ କରି ସ୍ବର୍ଣ୍ଣ ଜିତିବା ପାଇଁ ଅଭିନନ୍ଦନ। ଏଥି ସହିତ ଅବନୀ ସମଗ୍ର ଦେଶରୁ ମିଳିଥିବା ସମର୍ଥନକୁ ନେଇ ଖୁସି ବ୍ୟକ୍ତ କରିଥିଲେ।

ପ୍ରଧାନମନ୍ତ୍ରୀ ରୌପ୍ୟ ପଦକ ବିଜେତା ଯୋଗେଶ କାଥୁନିଆଙ୍କ ସହ କଥା ହୋଇ ପଦକ ଜିତିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କାଥୁନିୟାଙ୍କ ସଫଳତାରେ ତାଙ୍କ ମା’ଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ତାଙ୍କ ସାକ୍ଷାତକାରରେ କାଥୁନିୟା କହିଛନ୍ତି ଯେ, ତାଙ୍କ ମା ତାଙ୍କୁ ଅକ୍ଷମତା ଅନୁଭବ କରିବାକୁ ଦେଇନାହାଁନ୍ତି।
ଏହା ବ୍ୟତୀତ ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବା ଦେବେନ୍ଦ୍ର ଝାଝରିଆଙ୍କୁ ମୋଦି ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ରୌପ୍ୟ ପଦକ ଜିତିଥିବା ଆମର ଅନ୍ୟତମ ଅଭିଜ୍ଞ ଆଥଲେଟ ଦେବେନ୍ଦ୍ର ଝାଝରିଆଙ୍କ ଚମତ୍କାର ପ୍ରଦର୍ଶନ, ଦେବେନ୍ଦ୍ର ଭାରତକୁ ଗର୍ବିତ କରିବା ଜାରି ରଖିଛନ୍ତି, ତାଙ୍କୁ ଅଭିନନ୍ଦନ, ଭବିଷ୍ୟତ ଉଦ୍ୟମ ପାଇଁ ଶୁଭେଚ୍ଛା।


ଅନ୍ୟପକ୍ଷରେ ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା ସୁନ୍ଦର ସିଂ ଗୁର୍ଜରଙ୍କୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ସୁନ୍ଦର ସିଂ ଗୁରୁଜାର ଜିତିଥିବା ବ୍ରୋଞ୍ଜ ପଦକକୁ ନେଇ ଭାରତ ଖୁସି, ଉଲ୍ଲେଖନୀୟ ସାହସ ଏବଂ ଉତ୍ସର୍ଗୀକୃତ ପ୍ରଦର୍ଶନ କରିଛି, ତାଙ୍କୁ ଅନେକ ଅନେକ ଅଭିନନ୍ଦନ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?