ମନୁ ଭାକରଙ୍କ ସହ ଫୋନ୍‌ରେ କଥା ହେଲେ ମୋଦି: ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ, ୨୮।୭: ପ୍ରଥମ ଭାରତୀୟ ମହିଳା ଭାବେ ପ୍ୟାରିସ୍‌ ଅଲିମ୍ପିକ୍ସରେ ଶୁଟିଂ ଇଭେଣ୍ଟରୁ ବ୍ରୋଞ୍ଜ ପଦକ ଜିତିଥିବା ମନୁ ଭାକରଙ୍କ ନିକଟକୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି। ଏଥିରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ଦେଶର ଅନେକ ସ୍ପୋର୍ଟିଂ ଆଇକନ୍‌ ସାମିଲ ହୋଇଛନ୍ତି।
ଦେଶ ପାଇଁ ପଦକ ଜିତିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନୁ ଭାକରଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଦୁହିଁଙ୍କ ମଧ୍ୟରେ ଦୀର୍ଘ ସମୟ ଧରି କଥାବାର୍ତ୍ତା ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବା ପରେ ସୁଟର କହିଛନ୍ତି, ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି ସେ ସେ ତାଙ୍କ ବ୍ୟସ୍ତବହୁଳ କାର୍ଯ୍ୟସୂଚୀରୁ ସମୟ ବାହାର କରିଥିଲେ। ଆମର ଦୀର୍ଘ ସମୟ କଥାବାର୍ତ୍ତା ହୋଇଥିଲା। ସେ ମୋତେ ଅଭିନନ୍ଦନ ଜଣାଇଥିଲେ। ଏହା ମୋ ପାଇଁ ଖାସ୍‌ ବିଷୟ।
ଏହାପୂର୍ବରୁ ମୋଦି ଟୁଇଟ୍‌ ଯୋଗେ ମନୁଙ୍କୁ ଶୁଭେଚ୍ଛ ଜଣାଇଥିଲେ। ”ଏକ ଐତିହାସିକ ପଦକ, ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଥିବା ମନୁ ଭାକରଙ୍କୁ ବ୍ରୋଞ୍ଜ ପାଇଁ ଅଭିନନ୍ଦନ। ପ୍ରଥମ ଭାରତୀୟ ମହିଳାଭାବେ ଶୁଟିଂରୁ ପଦକ ଜିତିଥିବାରୁ ଏହି ସଫଳତା ଅଧିକ ସ୍ବତନ୍ତ୍ର ହୋଇଯାଇଛି। ଅଦ୍ଭୁତପୂର୍ବ ସଫଳତା“ ବୋଲି ମୋଦି ଟୁଇଟ କରି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?