Posted inଜାତୀୟ

ପୁଟିନ୍‌ଙ୍କ ସହ ୨୫ ମିନିଟ୍‌ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୪।୨: ବିଭିନ୍ନ ଦେଶର ବାରଣ ସତ୍ତ୍ୱେ ଶେଷରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ଏନେଇ ୟୁକ୍ରେନ ରାଷ୍ଟ୍ରପତି ବିଭିନ୍ନ ଦେଶର ସହଯୋଗ ଲୋଡିଛନ୍ତି। ଇତିମଧ୍ୟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି। ଦୀର୍ଘ ୨୫ମିନିଟ୍‌ ଧରି ଏହି ବାର୍ତ୍ତାଳାପ ହୋଇଥିଲା। ଏହି ସମୟରେ ପୁଟିନ୍‌ ମୋଦିଙ୍କୁ ୟୁକ୍ରେନ ସଙ୍କଟର ବର୍ତ୍ତମାନ ସ୍ଥିତି ବିଷୟରେ ସୂଚନା ଦେଇଛନ୍ତି। ତେବେ ନିଷ୍ଠା ଓ ସକରାତ୍ମକ ଆଲୋଚନା ମାଧ୍ୟମରେ ସମାଧାନର ବାଟ ବାହାରିବ ବୋଲି ମୋଦି ପୁଟିନ୍‌ଙ୍କୁ କହିଛନ୍ତି। ହିଂସା ରାସ୍ତା ଛାଡିବାକୁ ବା ଯୁଦ୍ଧ ନ କରିବାକୁ ମୋଦି ତାଙ୍କୁ ଅପିଲ କରିଛନ୍ତି। ଏଥିସହ କୁଟନୈତିକ ରାସ୍ତା ଆପଣାଇବାକୁ ମୋଦି ପୁଟିନ୍‌ଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସମୟରେ ମୋଦି ଭାରତୀୟ ନାଗରିକଙ୍କ ସୁରକ୍ଷା ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ସୁରକ୍ଷାକୁ ନେଇ ସେ ଚିନ୍ତାବ୍ୟକ୍ତ କରିଛନ୍ତି। ତେବେ ଏହି ସଙ୍କଟ ସମୟରେ ଲଗାତାର ଭାରତ ରୁଷିଆ ସମ୍ପର୍କରେ ରହିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri