Posted inଜାତୀୟ

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି, କହିଲେ ରଣନୀତିକ ଭାଗିଦାରୀକୁ…

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏଥିସହିତ ମୋଦି ଷ୍ଟାର୍ମରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବ୍ରିଟେନରେ ହୋଇଥିବା ନିର୍ବାଚନରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ପରାସ୍ତ କରି ଲେବର ପାର୍ଟିର ଷ୍ଟାର୍ମର ବିଜୟ ହାସଲ କରିଛନ୍ତି। ୬୫୦ ସିଟ୍‌ ମଧ୍ୟରୁ ୪୧୨ ସିଟ୍‌ ହାସଲ କରି ୧୪ ବର୍ଷ ପରେ କ୍ଷମତାକୁ ଫେରିଛି ଦଳ।

ଷ୍ଟାର୍ମରଙ୍କ ସହ କଥାବାର୍ତ୍ତା କରି ମୋଦି ଭାରତ-ବ୍ରିଟେନର ବ୍ୟାପକ ରଣନୀତିକ ଭାଗିଦାରୀକୁ ବୃଦ୍ଧି କରିବାକୁ ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତି ଅନୁଯାୟୀ, ଦୁଇ ଦେଶ ମୁଖ୍ୟ ଭାରତ ଏବଂ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ଶୀଘ୍ର ଚୂଡ଼ାନ୍ତ ରୂପେ କାର୍ଯ୍ୟ କରିବାକୁ ସହମତି ପ୍ରକାଶ କରିଛନ୍ତି। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କିର୍‌ ଷ୍ଟାର୍ମରଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri