ଭାରତମାତା, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବରଗଡ଼,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଶନିବାର ଅପରାହ୍ନରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ବରଗଡ଼ରେ ପହଞ୍ଚିଛନ୍ତି। ମୋଦି ବରଗଡ଼ରେ ପହଞ୍ଚିବା ପରେ ମୋଦି ଜୀ ମୋଦି ଜୀ ନାରାରେ କମ୍ପି ଉଠିଥିଲା ସଭାସ୍ଥଳ। ପ୍ରଧାନମନ୍ତ୍ରୀ ପ୍ରଥମେ ଭାରତମାତା, ଜୟ ଜଗନ୍ନାଥ, ମା’ ସମଲେଇ ବୋଲି କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ବରଗଡ଼ ଧନୁଯାତ୍ରାକୁ ନେଇ କହିଛନ୍ତି ଏହି ଯାତ୍ରା ସାରା ବିଶ୍ୱରେ ପ୍ରସିଦ୍ଧ। ମଝିରେ ମଝିରେ ପ୍ରଧାନମନ୍ତ୍ରୀ ଓଡ଼ିଆରେ କହିଛନ୍ତି। କହିଛନ୍ତି, କେତେଦିନ ଓଡ଼ିଶା ସହିବ। ସେ କହିଛନ୍ତି, ୨୫ ବର୍ଷ ଭିତରେ ବିଜେଡି ସରକାର ଗରିବୀରୁ ବାହାରକୁ ଆଣିପାରିନି। ସାରା ଓଡ଼ିଶାରେ ବିଜେଡି ପ୍ରତି ଲୋକଙ୍କ ପ୍ରବଳ ରାଗ ରହିଛି। ଏଥର ସରକାର ବଦଳିବା ଦରକାର।  ମୁଁ ଆପଣମାନଙ୍କର ଆଶୀର୍ବାଦ ନେବାକୁ ଆସିଛି। ଆପଣମାନେ ମୋତେ ଆଶୀର୍ବାଦ ଦେବେ ନା ନାହିଁ ଉପସ୍ଥିତ ଜନସାଧାରଣଙ୍କୁ ପ୍ରଶ୍ନ କରିଥିଲେ। ଏଥିସହିତ ପ୍ରଧାନମନ୍ତ୍ରୀ ଏମ୍‌ପି ପ୍ରାର୍ଥୀ ଏବଂ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପାରେ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri