Posted inଜାତୀୟ

ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୨ ଥର ବନ୍ଦ କରିଦେଇଥିଲେ ମୋଦି

ନୂଆଦିଲ୍ଲୀ,୨୨।୫: ଭାରତରେ ଲୋକ ସଭା ନିର୍ବାଚନ ଚାଲିଛି। ଏପର୍ଯ୍ୟନ୍ତ ପାଞ୍ଚଟି ପର୍ଯ୍ୟାୟ ଶେଷ ହୋଇଛି ଏବଂ ଆଉ ୨ଟି ପର୍ଯ୍ୟାୟ ବାକି ଅଛି। ଏହି ସମୟରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏକ ସାକ୍ଷାତକାରରେ ନିଜ ସରକାରଙ୍କ ସଫଳତା ବଖାଣିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କିପରି ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଥରେ ନୁହେଁ ଦୁଇଥର ବନ୍ଦ କରିଦେଇଥିଲେ ସେ ନେଇ ମଧ୍ୟ ଖୁଲାସା କହିଛନ୍ତି।
ବୈଦେଶିକ ବ୍ୟାପାର ମନ୍ତ୍ରୀ କହିଛନ୍ତି, ପ୍ରଥମ ଥର ପାଇଁ ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧକୁ ରୋକିବାରେ ଏକ ଦେଶ ସଫଳ ହୋଇଛି। ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ସରକାର ସମସ୍ତ ଉଦ୍ୟମ କରିଛନ୍ତି। ଆମେ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଥରେ ନୁହେଁ, ଦୁଇଥର ବନ୍ଦ କରିଛୁ। ମାର୍ଚ୍ଚ ୫ରେ ଖାର୍କିଭରେ ପ୍ରଥମ ଯୁଦ୍ଧ ବନ୍ଦ ହୋଇଯାଇଥିଲା ଯେତେବେଳେ ଆମର ଛାତ୍ରମାନେ ୟୁକ୍ରେନର ନିକଟତମ ସୁରକ୍ଷିତ ସ୍ଥାନକୁ ଯାଉଥିଲେ ଏବଂ ସେଠାରେ ପ୍ରବଳ ଗୁଳି ବିନିମୟ ହୋଇଥିଲା। ଆମର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଫୋନ କରି ଆମ ଛାତ୍ରମାନଙ୍କ ପାଇଁ ଯୁଦ୍ଧ ବନ୍ଦ କରିବାକୁ କହିଥିଲେ। ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ କ୍ରମେ ରୁଷିଆ ସେନା ଗୁଳି ବନ୍ଦ କରିଦେଇଥିଲା। ଯଦ୍ୱାରା ଆମ ଲୋକମାନେ ନିରାପଦରେ ନିଜ ଦେଶକୁ ଫେରିପାରିବେ।
ମାର୍ଚ୍ଚ ୮ରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା କ୍ରମେ ୟୁକ୍ରେନ, ରୁଷିଆ ଏବଂ ମିଲିସିଆ ମଧ୍ୟରେ ସଂଘର୍ଷ ହୋଇଥିଲା। ଆମର ଛାତ୍ରମାନେ ସେହି ଅଞ୍ଚଳ ଛାଡିବାକୁ ଚାହୁଁଥିଲେ ଏବଂ ଆମେ ଯୁଦ୍ଧ ବନ୍ଦ କରିବାକୁ ଚେଷ୍ଟା କରିଥିଲୁ। କିନ୍ତୁ ଆମର ପ୍ରୟାସ ସଫଳ ହୋଇପାରିଲା ନାହିଁ। ଏହା ପରେ ପିଏମ ମୋଦି ପୁଟିନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଥିଲେ ଏବଂ ତାଙ୍କ ଛାତ୍ରମାନଙ୍କ ସୁରକ୍ଷା ପାଇଁ ଅନୁରୋଧ କରିଥିଲେ। ଗୁଳି ବିନିମୟ ବନ୍ଦ ହୋଇ ଆମ ଛାତ୍ରମାନଙ୍କୁ ସୁରକ୍ଷିତ ଭାବେ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri