Posted inଜାତୀୟ

ମୋଦି ଗରିବଙ୍କ ହାତମୁଠା କଲେ ଟାଣ: ଏବେ ଜମିର ପାଲଟିଲେ ମାଲିକ

ନୂଆଦିଲ୍ଲୀ, ୧୧।୧୦: ଗ୍ରାମୀଣ ଗରିବଙ୍କ ହାତମୁଠା ଟାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ସ୍ବାମୀତ୍ୱ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏହାର ଆରମ୍ଭ କରିଛନ୍ତି। ଏହି ଯୋଜନା ଅନ୍ତର୍ଗତ ଗରିବ ଏବେ ଜମିର ମାଲିକ ପାଲଟିଛନ୍ତି। ସେମାନଙ୍କୁ ଡିଜିଟାଲ ଜମି ପଟା ବଣ୍ଟନ କରାଯାଇଛି। ଏଣିକି ଜମି ପଟା ଦେଖାଇ ଗରିବ ଲୋକେ ଋଣ କରିପାରିବେ। ଏହି ଯୋଜନା ମାଧ୍ୟମରେ ଏକ ଲକ୍ଷ ଲୋକ ସେମାନଙ୍କର ଜମି ପଟା ମୋବାଇଲ ଫୋନ୍‌କୁ ପଠାଯାଇଥିବା ଏସ୍‌ଏମ୍‌ଏସ୍‌ ଲିଙ୍କ୍‌ ଦ୍ୱାରା ଡାଉନଲୋଡ୍‌ କରିପାରିଛନ୍ତି। ଏହା ଦ୍ୱାରା ୬ଟି ରାଜ୍ୟର ୭୬୩ ଗ୍ରାମର ଗରିବ ହିତାଧିକାରୀ ଉପକୃତ ହେବେ ବୋଲି କୁହାଯାଉଛି। ଏହି ଯୋଜନାରେ ଉତ୍ତରପ୍ରଦେଶର ୩୪୬ ଗ୍ରାମକୁ ସାମିଲ କରାଯାଇଛି। ସେହିପରି ହରିୟାଣାର ୨୨୧, ମହାରାଷ୍ଟ୍ରର ୧୦୦, ମଧ୍ୟପ୍ରଦେଶର ୪୪, ଉତ୍ତରାଖଣ୍ଡର ୫୦ ଏବଂ କର୍ନାଟକର ୨ଟି ଗ୍ରାମ ମଧ୍ୟ ଏହି ଯୋଜନାରେ ସାମିଲ ହୋଇଛନ୍ତି। ମହାରାଷ୍ଟ୍ର ବ୍ୟତିତ ଅନ୍ୟ ରାଜ୍ୟର ଗ୍ରାମୀଣ ଗରିବ ଗୋଟିଏ ଦିନରେ ଜମି ପଟା ପାଇପାରିବେ ବୋଲି କୁହାଯାଉଛି। ତେବେ ଏକମାସ ପରେ ମହାରାଷ୍ଟ୍ରର ଗ୍ରାମୀଣ ଲୋକେ ମଧ୍ୟ ଏହି ସୁବିଧା ପାଇପାରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏବଂ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କେତେକ ହିତାଧିକାରୀଙ୍କ ସହିତ ଆଲୋଚନା ମଧ୍ୟ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri