ହଠାତ୍‌ ଟ୍ରମ୍ପ୍‌ଙ୍କୁ ଫୋନ୍‌ କଲେ ମୋଦି: ଆଉ କହିଦେଲେ ମନର କଥା…

ନୂଆଦିଲ୍ଲୀ,୧୦ା୧୦(ପି.ଟି.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫୋନ୍‌ କରି କଥା ହୋଇଛନ୍ତି। ଗାଜା ଶାନ୍ତି ଯୋଜନାର ସଫଳତାକୁ ନେଇ ମୋଦି ଟ୍ରମ୍ପ୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦି X ରେ ଉଲ୍ଲେଖ କରିଛନ୍ତି, ମୋ ବନ୍ଧୁ, ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ସହ ଆଲୋଚନା କଲି। ଐତିହାସିକ ଗାଜା ପିସ୍‌ ପ୍ଲାନ୍‌ର ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇବା ସହ ବାଣିଜି୍ୟକ ଆଲୋଚନା ଦିଗରେ ହୋଇଥିବା ଅଗ୍ରଗତିର ସମୀକ୍ଷା କରିଛି। ଆଗାମୀ ସପ୍ତାହଗୁଡ଼ିକରେ ଘନିଷ୍ଠ ଯୋଗାଯୋଗରେ ରହିବା ନେଇ ସହମତି ପ୍ରକାଶ କରିଥିବା ମୋଦି ଏଥିରେ ଲେଖିଛନ୍ତି। ଟ୍ରମ୍ପ୍‌ ଆମେରିକାକୁ ପ୍ରବେଶ କରୁଥିବା ଭାରତୀୟ ସାମଗ୍ରୀ ଉପରେ ୨୫% ଆମଦାନୀ ଶୁଳ୍କ ସହ ରୁଷୀୟ ତୈଳ କ୍ରୟ ବାବଦ ଅତିରିକ୍ତି ୨୫% ଜରିମାନା କଷିବା ପରେ ୨ ଦେଶର ସମ୍ପର୍କରେ ତିକ୍ତତା ବଢ଼ିଛି। ଏଭଳି ସମୟରେ ନୋବେଲ ଶାନ୍ତି ପୁରସ୍କାର ଦାବିଦାର ଟ୍ରମ୍ପ୍‌ଙ୍କୁ ଗାଜା ଯୁଦ୍ଧ ବନ୍ଦ କରାଇଥିବାର ଶ୍ରେୟ ଦେଇ ମୋଦି ସ୍ଥିତିକୁ ସ୍ବାଭାବିକ କରିବାକୁ ଉଦ୍ୟମ କରିଛନ୍ତି। ୩ ସପ୍ତାହ ମଧ୍ୟରେ ଏହା ଦୁଇନେତାଙ୍କ ମଧ୍ୟରେ ଦ୍ୱିତୀୟ ଟେଲିଫୋନିକ୍‌ ଆଲୋଚନା। ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନ ପୂର୍ବରୁ ଗତ ସେପ୍ଟେମ୍ବର ୧୬ରେ ଟ୍ରମ୍ପ୍‌ ଫୋନ୍‌ କରି ଶୁଭେଚ୍ଛା ଜଣାଇଥିଲେ।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶେଷ କଲ୍‌, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ

ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri