ହଠାତ୍‌ ଟ୍ରମ୍ପ୍‌ଙ୍କୁ ଫୋନ୍‌ କଲେ ମୋଦି: ଆଉ କହିଦେଲେ ମନର କଥା…

ନୂଆଦିଲ୍ଲୀ,୧୦ା୧୦(ପି.ଟି.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫୋନ୍‌ କରି କଥା ହୋଇଛନ୍ତି। ଗାଜା ଶାନ୍ତି ଯୋଜନାର ସଫଳତାକୁ ନେଇ ମୋଦି ଟ୍ରମ୍ପ୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦି X ରେ ଉଲ୍ଲେଖ କରିଛନ୍ତି, ମୋ ବନ୍ଧୁ, ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ସହ ଆଲୋଚନା କଲି। ଐତିହାସିକ ଗାଜା ପିସ୍‌ ପ୍ଲାନ୍‌ର ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇବା ସହ ବାଣିଜି୍ୟକ ଆଲୋଚନା ଦିଗରେ ହୋଇଥିବା ଅଗ୍ରଗତିର ସମୀକ୍ଷା କରିଛି। ଆଗାମୀ ସପ୍ତାହଗୁଡ଼ିକରେ ଘନିଷ୍ଠ ଯୋଗାଯୋଗରେ ରହିବା ନେଇ ସହମତି ପ୍ରକାଶ କରିଥିବା ମୋଦି ଏଥିରେ ଲେଖିଛନ୍ତି। ଟ୍ରମ୍ପ୍‌ ଆମେରିକାକୁ ପ୍ରବେଶ କରୁଥିବା ଭାରତୀୟ ସାମଗ୍ରୀ ଉପରେ ୨୫% ଆମଦାନୀ ଶୁଳ୍କ ସହ ରୁଷୀୟ ତୈଳ କ୍ରୟ ବାବଦ ଅତିରିକ୍ତି ୨୫% ଜରିମାନା କଷିବା ପରେ ୨ ଦେଶର ସମ୍ପର୍କରେ ତିକ୍ତତା ବଢ଼ିଛି। ଏଭଳି ସମୟରେ ନୋବେଲ ଶାନ୍ତି ପୁରସ୍କାର ଦାବିଦାର ଟ୍ରମ୍ପ୍‌ଙ୍କୁ ଗାଜା ଯୁଦ୍ଧ ବନ୍ଦ କରାଇଥିବାର ଶ୍ରେୟ ଦେଇ ମୋଦି ସ୍ଥିତିକୁ ସ୍ବାଭାବିକ କରିବାକୁ ଉଦ୍ୟମ କରିଛନ୍ତି। ୩ ସପ୍ତାହ ମଧ୍ୟରେ ଏହା ଦୁଇନେତାଙ୍କ ମଧ୍ୟରେ ଦ୍ୱିତୀୟ ଟେଲିଫୋନିକ୍‌ ଆଲୋଚନା। ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନ ପୂର୍ବରୁ ଗତ ସେପ୍ଟେମ୍ବର ୧୬ରେ ଟ୍ରମ୍ପ୍‌ ଫୋନ୍‌ କରି ଶୁଭେଚ୍ଛା ଜଣାଇଥିଲେ।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୭ା୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?