Posted inଜାତୀୟ

ସୁପ୍ରିମକୋର୍ଟରୁ ରାହୁଲ ଗାନ୍ଧୀଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୪।୮: ମୋଦି ସରନେମ୍‌ ମାମଲାରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ ରାହୁଲ ଗାନ୍ଧୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ଏହାର ରାୟ ଦେବାବେଳେ ସୁପ୍ରିମକୋର୍ଟ ରାହୁଲଙ୍କ ଦଣ୍ଡକୁ ସ୍ଥଗିତ ରଖିଛନ୍ତି। ରାହୁଲଙ୍କୁ ଆଶ୍ୱସ୍ତି ପ୍ରଦାନ କରି ବିଚାରପତି କହିଛନ୍ତି, ସେସନ୍ସ କୋର୍ଟରେ ଆବେଦନ ବିଚାର ନ ହେବା ପର୍ଯ୍ୟନ୍ତ ରାହୁଲଙ୍କ ଦଣ୍ଡାଦେଶ ଉପରେ ରୋକ ଲାଗିଛି। ସୁପ୍ରିମକୋର୍ଟରୁ ରାହୁଲ ଗାନ୍ଧୀ ଆଶ୍ୱସ୍ତି ପାଇବା ପରେ କଂଗ୍ରେସ କହିଛି, ଏହା ହେଉଛି ଘୃଣା ବିରୋଧରେ ପ୍ରେମର ବିଜୟ। ସତ୍ୟମେବ ଜୟତେ-ଜୟ ହିନ୍ଦ। ଏହାପୂର୍ବରୁ ଗୁଜରାଟ ହାଇକୋର୍ଟ ଏହି ମାମଲାରେ ରାହୁଲ ଦଣ୍ଡାଦେଶ ଉପରେ ରୋକ ଲଗାଇବାକୁ ମନା କରିଦେଇଥିଲେ।
ସୁପ୍ରିମକୋର୍ଟ କହିଛନ୍ତି, ଏହି ମାମଲାରେ ଟ୍ରାଏଲ ଜଜ ସର୍ବାଧିକ ଦଣ୍ଡବିଧାନ ପାଇଁ କୌଣସି ନିର୍ଦ୍ଦିଷ୍ଟ କାରଣ ଦେଇ ନାହନ୍ତି। ଯଦି ଦଣ୍ଡ ଗୋଟିଏ ଦିନରୁ କମ ହୋଇଥାନ୍ତା, ଅଯୋଗ୍ୟତା ବ୍ୟବସ୍ଥା ପ୍ରଯୁଜ୍ୟ ହୋଇ ନ ଥାନ୍ତା। ତେଣୁ ଚୂଡାନ୍ତ ବିଚାର ହେବା ପର୍ଯ୍ୟନ୍ତ ଏହି ଦଣ୍ଡାଦେଶ ଉପରେ ରୋକ ଲାଗିବ।
ସୂଚନାଯୋଗ୍ୟ, ମୋଦି ସର୍‌ନାମ ବଦନାମ ମାମଲାରେ ଅଭିଯୋଗକାରୀ ପୂର୍ଣ୍ଣେଶ ମୋଦି ଜୁଲାଇ ୩୧ରେ ସୁପ୍ରିମ୍‌କୋର୍ଟରେ ଏକ ଜବାବ ଦାଖଲ କରିଥିଲେ। ଏଥିରେ ସେ ରାହୁଲ ଗାନ୍ଧୀଙ୍କ ଆବେଦନକୁ ଖାରଜ କରିବାକୁ ଦାବି କରିଥିଲେ। ପୂର୍ଣ୍ଣେଶ ମୋଦି ସୁପ୍ରିମ୍‌କୋର୍ଟରେ ଦେଇଥିବା ଜବାବରେ ରାହୁଲ କ୍ଷମା ମାଗିବାକୁ ମନା କରିବାରୁ ‘ଅହଂକାରୀ’ ଶବ୍ଦ ବ୍ୟବହାର କରିଥିଲେ। ରାହୁଲଙ୍କୁ ଆଶ୍ୱସ୍ତି ଦେବା ପାଇଁ କୌଣସି ଆଧାର ନାହିଁ ବୋଲି ପୂର୍ଣ୍ଣେଶ ମୋଦି କହିଥିଲେ। ତାଙ୍କର ଆଚରଣ ଗର୍ବରେ ପରିପୂର୍ଣ୍ଣ। ବିନା କାରଣରେ ସମଗ୍ର ଶ୍ରେଣୀକୁ ଅପମାନିତ କରିବା ପରେ ସେ କ୍ଷମା ମାଗିବାକୁ ମନା କରିଦେଇଥିଲେ।
ଆଜିର ଶୁଣାଣି ପୂର୍ବରୁ ରାହୁଲ ଗାନ୍ଧୀ ସୁପ୍ରିମକୋର୍ଟରେ ଜବାବ ଦାଖଲ କରିଥିଲେ। ସୁପ୍ରିମ୍‌କୋର୍ଟଙ୍କୁ କହିଥିଲେ ଯେ, ମୁଁ ଏହି ଅପରାଧରେ ଦୋଷୀ ନୁହେଁ। ତେଣୁ ଦଣ୍ଡ ଉପରେ ରୋକ ଲଗାଯାଉ। ଯଦି କ୍ଷମା ମାଗିବା ଏବଂ ଦଣ୍ଡ ହ୍ରାସ କରିବାର ଥିଲା, ତେବେ ମୁଁ ବହୁତ ଦିନ ପୂର୍ବରୁ କରିପାରିଥା’ନ୍ତି। ଅଭିଯୋଗକାରୀ ଭାଜପାର ପୂର୍ଣ୍ଣେଶ ମୋଦି ନିଜେ ମୂଳତଃ ମୋଦି ସମ୍ପ୍ରଦାୟର ନୁହନ୍ତି। କ୍ଷମା ମାଗି ନ ଥିବାରୁ ମୋତେ ଅହଂକାରୀ କହିବା ଭୁଲ୍‌।
ମାନହାନି ମାମଲାରେ ରାହୁଲଙ୍କୁ ଚଳିତବର୍ଷ ମାର୍ଚ୍ଚରେ ସୁରତ କୋର୍ଟ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ ଏବଂ ଗୁଜରାଟ ହାଇକୋର୍ଟ ଜୁଲାଇ ୭ରେ ଏହି ରାୟକୁ କାଏମ ରଖିଥିଲେ। ଏହା ପରେ ରାହୁଲ ସୁପ୍ରିମକୋର୍ଟ ଯାଇଥିଲେ। ଉଲ୍ଲେଖଯୋଗ୍ୟ, ୧୩ ଏପ୍ରିଲ ୨୦୧୯ରେ, କର୍ନାଟକର କୋଲାରରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରିବାବେଳେ ରାହୁଲ କହିଥିଲେ ଯେ, ସମସ୍ତ ଚୋରଙ୍କ ସର୍‌ନାମ ମୋଦି କାହିଁକି ହୁଏ? ଏହି ପ୍ରସଙ୍ଗରେ ପୂର୍ଣ୍ଣେଶ ମୋଦି ୨୦୧୯ରେ ତାଙ୍କ ବିରୋଧରେ ଆପରାଧିକ ମାନହାନି ମକଦ୍ଦମା ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri