Posted inଜାତୀୟ

ପ୍ରଧାନମନ୍ତ୍ରୀ ଭାବେ ଇନ୍ଦିରା ଗାନ୍ଧୀଙ୍କୁ ପଛରେ ପକାଇଲେ ମୋଦି, ଜାଣନ୍ତୁ କେତେ ଆଗରେ ନେହେରୁ…

ନୂଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆଉ ଏକ ନୂଆ ରେକର୍ଡ କରିବାକୁ ଯାଉଛନ୍ତି। ମୋଦି ସବୁଠାରୁ ଅଧିକ ସମୟ ପାଇଁ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବା ଦ୍ୱିତୀୟ ନେତା ହେବାକୁ ଯାଉଛନ୍ତି। ସେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ ୪ ହଜାର ୭୮ ଦିନ ପୂରଣ କରିଛନ୍ତି। ଏହା ସହିତ ସେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି।

ମୋଦି ଶୁକ୍ରବାର ଇନ୍ଦିରା ଗାନ୍ଧୀଙ୍କୁ ପଛରେ ପକାଇ ସବୁଠାରୁ ଅଧିକ ସମୟ ପାଇଁ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବା ଦ୍ୱିତୀୟ ନେତା ହେବେ। ଅଧିକାରୀମାନେ କହିଛନ୍ତି, ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ତାଙ୍କ କାର୍ଯ୍ୟାଳୟରେ ୪,୦୭୮ ଦିନ ପୂରଣ କରିବାକୁ ଯାଉଛନ୍ତି। ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ ଭାବରେ ୪,୦୭୭ ଦିନ ପୂରଣ କରିଥିଲେ। ସେ ୨୪ ଜାନୁଆରୀ ୧୯୬୬ରୁ ୨୪ ମାର୍ଚ୍ଚ ୧୯୭୭ ପର୍ଯ୍ୟନ୍ତ ଲଗାତାର ୪,୦୭୭ ଦିନ ପାଇଁ ପ୍ରଧାନମନ୍ତ୍ରୀ ଥିଲେ।

ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ତାଙ୍କ ଦଳକୁ ୩ଟି ଲୋକ ସଭା ନିର୍ବାଚନରେ ବିଜୟୀ କରାଇଥିଲେ। ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ୬,୧୩୦ ଦିନ ପାଇଁ ଦେଶ ସେବା କରିଥିବାରୁ ସେ ଦଳକୁ ଲଗାତର ୩ ଥର ବିଜୟୀ କରିବାର ରେକର୍ଡ ପୂର୍ବରୁ ରଖିଛନ୍ତି। ସେ ୧୫ ଅଗଷ୍ଟ ୧୯୪୭ରୁ ୨୭ ମେ’ ୧୯୬୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ପଦରେ ରହିଥିଲେ। ଯାହାଙ୍କ କାର୍ଯ୍ୟକାଳ ୧୬ ବର୍ଷ ୯ ମାସ ୧୨ ଦିନ ଥିଲା, କିନ୍ତୁ ନରେନ୍ଦ୍ର ମୋଦି ଜବାହରଲାଲ ନେହେରୁଙ୍କ ସମକକ୍ଷ ହୋଇଛନ୍ତି। ସେ ତାଙ୍କ ଦଳକୁ ଲଗାତର ୩ଟି ଲୋକ ସଭା ନିର୍ବାଚନରେ ବିଜୟୀ କରାଇଛନ୍ତି।

ଗୁଜରାଟରେ ଜନ୍ମିତ ମୋଦି ୨୦୧୪ରେ ପ୍ରଧାନମନ୍ତ୍ରୀ ହୋଇ ଏବେ ବି ପ୍ରଧାନମନ୍ତ୍ରୀ ପଦରେ ଅଛନ୍ତି। ସେ ୨୦୦୧ରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ। ପ୍ରଧାନମନ୍ତ୍ରୀ ମୋଦି ଦେଶର ସବୁଠାରୁ ଦୀର୍ଘ ସମୟ ଧରି ଅଣ-କଂଗ୍ରେସ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି। ଅଧିକାରୀଙ୍କ ଅନୁସାରେ, ସେ ଦୁଇଟି ପୂର୍ଣ୍ଣ କାର୍ଯ୍ୟକାଳ ପୂରଣ କରିବାରେ ପ୍ରଥମ ଏବଂ ଏକମାତ୍ର ଅଣ-କଂଗ୍ରେସ ନେତା।

ମୋଦି ଭାରତର ଏକମାତ୍ର ନେତା ଯିଏ ସମାନ ଦଳର ପ୍ରତିନିଧି ଭାବରେ ଲଗାତର ଛଅଟି ପ୍ରମୁଖ ନିର୍ବାଚନରେ ଐତିହାସିକ ବିଜୟ ହାସଲ କରିଛନ୍ତି। ୨୦୦୨, ୨୦୦୭ ଏବଂ ୨୦୧୨ରେ ଗୁଜରାଟ ବିଧାନସଭା ନିର୍ବାଚନରେ ଏବଂ ତା’ପରେ ୨୦୧୪, ୨୦୧୯ ଏବଂ ୨୦୨୪ ମସିହାରେ ଦେଶବ୍ୟାପୀ ସାଧାରଣ ନିର୍ବାଚନରେ ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri