Posted inଜାତୀୟ

ନିର୍ବାଚନ ଜିତିବା ପାଇଁ ଇସ୍ରାଏଲର ସହାୟତା ନିଅନ୍ତି ମୋଦି: କଗ୍ରେସ

ନୂଆଦିଲ୍ଳୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ କଂଗ୍ରେସ ଗୁରୁତର ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ମୋଦି ଗଣତନ୍ତ୍ର ସହ ଖେଳୁଛନ୍ତି, ସେ ନିର୍ବାଚନରେ ଜିତିବା ପାଇଁ ଇସ୍ରାଏଲର ସହାୟତା ନେଉଛନ୍ତି। ଇସ୍ରାଏଲ ଏଜେନ୍ସି ସାହାଯ୍ୟରେ ଦେଶରେ ନିର୍ବାଚନକୁ ପ୍ରଭାବିତ କରୁଛନ୍ତି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେଟ ଏବଂ ପୱନ ଖେଡା ଦାବି କରିଛନ୍ତି।
ପୱନ ଖେଡା କହିଛନ୍ତି, ଦେଶର ଗଣତନ୍ତ୍ର ବିପଦରେ ଅଛି, ମୋଦି ସରକାରରେ ବସି ଅନ୍ୟ ଦେଶକୁ ଭେଟି ନିଜ ଦେଶର ଗଣତନ୍ତ୍ର ବିରୋଧରେ ଷଡଯନ୍ତ୍ର କରୁଛନ୍ତି। ସେହିପରି କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେଟ କହିଛନ୍ତି, ଅନ୍ତର୍ଜାତୀୟ ସମୂହର ସାମ୍ବାଦିକ ଗୋଷ୍ଠୀ ଦାବି ମୁତାବକ
ଇସ୍ରାଏଲ କଣ୍ଟ୍ରାକ୍ଟରର୍ସମାନେ ବିଶ୍ୱରେ ତିନୋଟି ନିର୍ବାଚନକୁ ପ୍ରଭାବିତ କରିଛନ୍ତି। ଏହାର ମୁଖ୍ୟ କୌଶଳ ହେଉଛି ମିଥ୍ୟା ପ୍ରଚାର କରିବା। ଏହି ଏଜେନ୍ସିଗୁଡ଼ିକର ଚିହ୍ନ ମଧ୍ୟ ଭାରତରେ ଦେଖିବାକୁ ମିଳିଛି। ସରକାରଙ୍କ ସହମତି ବିନା ଏହା ହୋଇପାରିବ ନାହିଁ। ମିଥ୍ୟା ପ୍ରଚାର କରିବାର ପଦ୍ଧତି ଭାଜପା ଆଇଟି ସେଲ ସହିତ ମେଳ ଖାଉଛି। ରାହୁଲ ଗାନ୍ଧୀଙ୍କ ବିରୋଧରେ ଭାଜପା ମିଥ୍ୟା ପ୍ରଚାର କରୁଛି। ଅତୀତରେ ଭାରତ ଯୋଡୋ ଯାତ୍ରା ସମୟରେ ଭାଜପା ଆଇଟି ସେଲ ଏକ ମିଥ୍ୟା ପ୍ରଚାର କରିଥିଲା ଯେ ପାକିସ୍ତାନ ଜିନ୍ଦାବାଦର ସ୍ଲୋଗାନ ଦେଇଥିବା ଝିଅ ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ। ସେହିଭଳି ରାହୁଲ ଗାନ୍ଧୀଙ୍କ ବିବୃତ୍ତି ଉଦୟପୁର ହତ୍ୟାକାଣ୍ଡ ସହିତ ଭୁଲ ଭାବରେ ଜଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri