Posted inଜାତୀୟ

ନିର୍ବାଚନ ଭିତରେ ଗ୍ରୋଧା ହିଂସାକାଣ୍ଡକୁ ନେଇ ମୁହଁ ଖୋଲିଲେ ମୋଦି, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୫।୫: ନିର୍ବାଚନ ଭିତରେ ଗ୍ରୋଧା କାଣ୍ଡ ଉପରେ ବଡ଼ ବୟାନ ଦେଇଛନ୍ତିି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ମୋଦି ଏ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୨୦୦୨ ଗୋଧ୍ରା ହିଂସାକାଣ୍ଡ ପରେ କିଛି ଲୋକ ମୁସଲିମ ସଂପ୍ରଦାୟ ଭିତରେ ତାଙ୍କ ଛବିକୁ ଖରାପ କରିଦେଇଥିଲେ । ସେତେବେଳେ ମୁସମଲମାନଙ୍କୁ ନେଇ ତାଙ୍କର ଯେଉଁ ଛବି ତିଆରି ହୋଇଥିଲା, ଏବେ ତାହା ଭୁଲ ପ୍ରମାଣିତ ହୋଇଛି ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଅନେକ ହୁଏତ ଜାଣନ୍ତି ନାହିଁ ଯେ ଆମ ଘରେ ଇଦ ବେଳେ ରୋଷେଇ ହୁଏ ନାହିଁ । କାରଣ ପଡ଼ୋଶୀ ମୁସଲିମ ପରିବାର ଆମ ଘରକୁ ଆସି ସୁସ୍ବାଦୁ ଖାଦ୍ୟ ଦେଇଯାଆନ୍ତି । ମୁଁ କେବେ ବି ଜାତି-ଧର୍ମ ଆଧାରରେ କାମ କରନ୍ତି ନାହିଁ । ଦେଶବାସୀଙ୍କୁ ଗୋଟିଏ ଦୃଷ୍ଟିରେ ଦେଖେ । ଏବେ ତାଙ୍କୁ ନେଇ ମୁସଲମାନଙ୍କ ଚିନ୍ତାଧାରାରେ ପରିବର୍ତ୍ତନ ଆସିଛି । ଅନେକ ମୁସଲମାନ ତାଙ୍କୁ ବହୁତ ଭଲ ପାଉଛନ୍ତି, ତାଙ୍କ ପାଇଁ ସବୁ କିଛି ଉତ୍ସର୍ଗ କରିବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା ଭୂମିକମ୍ପର ଭାରତ ଉପରେ କି ପ୍ରଭାବ ପଡ଼ିବ? ଅଶୋଧିତ ତୈଳ ଯୋଗାଣ ପାଇଁ ଦେଖାଦେଲାଣି ସଙ୍କଟ

କାରାକାସ,୨୬।୬: ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ କେବଳ ସେଠାରେ ବ୍ୟାପକ କ୍ଷୟକ୍ଷତି ଘଟାଇନାହିଁ ବରଂ ଭାରତର ଅଶୋଧିତ ତୈଳ ଯୋଗାଣ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି।…

ହର୍ମୁଜରେ ପୁଣି ଆକ୍ରମଣ, ଜାହାଜକୁ ଟାର୍ଗେଟ କଲା ଇରାନ, ଜାଣନ୍ତୁ କେଉଁ ଜାହାଜ ଉପରେ ହୋଇଛି ଆକ୍ରମଣ

ତେହରାନ,୨୬।୬: ଶାନ୍ତି ଚୁକ୍ତିନାମା ପରେ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖାଦେଇଛି। ଇରାନ ଏକ ଜାହାଜକୁ ଟାର୍ଗେଟ କରି ଅଭିଯୋଗ କରିଛି ଯେ ଏହା…

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି।…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri