ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି, ସମସ୍ତେ କାବା!

ନୂଆଦିଲ୍ଲୀ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ । ୧.୩ କୋଟି ପରିବାରକୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ୱାନ ନେସନ ୱାନ ହେଲଥ କାର୍ଡ ଯୋଜନାର ପରିସରଭୁକ୍ତ । ଏହି ଯୋଜନା ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ । ସାରା ଭାରତରେ ଏହି କାର୍ଡ କାଯର୍‌ୟକାରୀ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ତେବେ ଏହାକୁ ନେଇ ଏକ୍ସ ମାଧ୍ୟମରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି।

ଏକ୍ସରେ ମୋଦି କହିଛନ୍ତି, ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ! ଏହା ବାସ୍ତବରେ ଏକ ବିଡ଼ମ୍ବନା ଯେ ଓଡ଼ିଶାର ମୋର ଭଉଣୀ ଏବଂ ଭାଇମାନେ ପୂର୍ବ ସରକାର ଦ୍ୱାରା ଆୟୁଷ୍ମାନ ଭାରତର ଲାଭରୁ ବଞ୍ଚିତ ହୋଇଥିଲେ । ଏହି ଯୋଜନା ଉଚ୍ଚ ମାନର ସ୍ବାସ୍ଥ୍ୟସେବା ଏବଂ ସୁଲଭ ମୂଲ୍ୟ ସୁନିଶ୍ଚିତ କରିବ । ଏହା ବିଶେଷ କରି ଓଡ଼ିଶାର ନାରୀ ଶକ୍ତି ଏବଂ ବୟସ୍କମାନଙ୍କୁ ଲାଭାନ୍ବିତ କରିବ ।

ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜୟ) ହେଉଛି ସରକାରଙ୍କ ଫ୍ଲାଗସିପ ସ୍ବାସ୍ଥ୍ୟ ବୀମା ପଲିସି, ଯାହା ସେପ୍ଟେମ୍ବର ୨୦୧୮ ରେ ଆରମ୍ଭ କରାଯାଇଥିଲା । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ବାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ । ନିଜ ଚିକିତ୍ସା ଖର୍ଚ୍ଚ ଉଠାଇବା ପାଇଁ ଗରିବ ଲୋକଙ୍କୁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ କେନ୍ଦ୍ର ସରକାର ଆୟୁଷ୍ମାନ ଯୋଜନା ଆରମ୍ଭ କରିଥିଲେ । ଯାହା ଅଧୀନରେ ପଞ୍ଜୀକୃତ ଲାଭାର୍ଥୀଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ମିଳିଥାଏ ।

ଆୟୁଷ୍ମାନ ଭାରତ ସ୍କିମ ଅଧୀନରେ କାର୍ଡଧାରୀ ସରକାରୀ ହସ୍ପିଟାଲରେ ସହଜରେ ନିଜ ରୋଗର ଚିକିତ୍ସା କରେଇ ପାରିବେ । ଏହା ଜରିଆରେ ସେମାନଙ୍କୁ ଚିକିତ୍ସାରେ ଲାଗିବାକୁ ଥିବା ବୀମା ପଇସା ମିଳିପାରିବ ।

ତେବେ ଏହି ସ୍ବାସ୍ଥ୍ୟ କାର୍ଡ ପାଇଁ କିଏ ଯୋଗ୍ୟ?
୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ର୍ନିବିଶେଷରେ ଏହି ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ । ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ ଆୟୁଷ୍ମାନ ଯୋଜନା ଅଧୀନରେ ଏକ ନୂଆ କାର୍ଡ ପ୍ରଦାନ କରାଯିବ, ଯାହା ମୋଦି କାର୍ଡ ଭାବରେ ଜଣାଶୁଣା । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ୭୦ ବର୍ଷରୁ ଅଧିକ ବୟସର ଯେକୌଣସି ବ୍ୟକ୍ତିଙ୍କର ଆଧାର ନମ୍ବର ଅଛି ସେମାନେ ଏହି ଯୋଜନାରେ ଆବେଦନ କରିପାରିବେ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହା ଏକ ଆପ୍ଲିକେସନ ବେସଡ୍‌ ସ୍କିମ । ଯେଉଁଥିପାଇଁ ଲୋକଙ୍କୁ ପୋର୍ଟାଲରେ ରେଜିଷ୍ଟ୍ରେସନ କରିବାକୁ ପଡିବ । ଏହି ପୋର୍ଟାଲରେ ଫ୍ରେସ ବ୍ୟାରିଫିକେସନ ସୁବିଧା ଉପଲବ୍ଧ, ଯେଉଁଥିରେ ୭୦ ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ଏକ ର୍ନିଦ୍ଦିଷ୍ଟ ଲିଙ୍କ ରହିବ ।

କିପରି ଆବେଦନ କରିବେ?
ଏଥିପାଇଁ ପ୍ରଥମେ ଆୟୁଷ୍ମାନ ଭାରତ PM-JAYର ଅଫିସିଆଲ ୱେବସାଇଟକୁ ଯାଆନ୍ତୁ । ଏହାପରେ ଆପଣଙ୍କର ଆଧାର କିମ୍ବା ରାଶନ କାର୍ଡ ଭେରିଫାଏ କରନ୍ତୁ । ପାରିବାରିକ ପରିଚୟ ପ୍ରମାଣ ପ୍ରଦାନ କରନ୍ତୁ । ଏହା ପରେ ଏକ ସ୍ବତନ୍ତ୍ର ଆୟୁଷ୍ମାନ ଯୋଜନା ID ସହିତ ଆପଣଙ୍କର ଇ-କାର୍ଡ ପ୍ରିଣ୍ଟ କରନ୍ତୁ ।

ଆୟୁଷ୍ମାନ ଯୋଜନା ଅଧୀନରେ କ’ଣ ଲାଭ ଅଛି?
ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ବାର୍ଷିକ ୫ ଲକ୍ଷ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା ମିଳିପାରିବ । ପରିବାର ପିଛା ୫ ଲକ୍ଷ ମାଗଣା ସ୍ବାସ୍ଥ୍ୟ ବୀମା ସହ ପ୍ରାୟ ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ଏହି ଯୋଜନାରେ ଚିକିତ୍ସାର ସମସ୍ତ ଖର୍ଚ୍ଚ ସାମିଲ ହେବାକୁ ଯାଉଛି । ଏହି ଯୋଜନା ଅଧୀନରେ ହସ୍ପିଟାଲରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ଏବଂ ୧୫ ଦିନ ପର୍ଯ୍ୟନ୍ତ ଉପଚାର ଓ ଔଷଧ ମାଗଣା ଉପଲବ୍ଧ ହୋଇଥାଏ । ଡାକ୍ତରୀ ପରୀକ୍ଷା, ଚିକିତ୍ସା ଏବଂ ପରାମର୍ଶ ସବୁ ମାଗଣା। କ୍ଲିନିକାଲ ଏବଂ ଲାବୋରେଟୋରୀ ଇନଭେସ୍ଟିଗେସନ ମଧ୍ୟ ମାଗଣା। ସେହିପରି ମେଡିକାଲରେ ରହିବା ଏବଂ ଖାଦ୍ୟ ଖର୍ଚ୍ଚ ମଧ୍ୟ ମାଗଣା। ମେଡ଼ିସିନ ଏବଂ ଚିକିତ୍ସା ଉପଯୋଗୀ ସାମଗ୍ରୀ ଆୟୁଷ୍ମାନ ଯୋଜନା ଅନ୍ତର୍ଗତ ଆସୁଥିବା ସମସ୍ତ ଯୋଗ୍ୟ ଲୋକଙ୍କୁ ଏହି ଯୋଜନାର ଲାଭ ମିଳିବ । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଗୁରୁତର ରୋଗୀଙ୍କୁ ସାମିଲ କରାଯାଇଛି । କୌଣସି ବି ସରକାରୀ ହସ୍ପିଟାଲରେ ଭର୍ତ୍ତି ସମୟରେ ଏହି ଯୋଜନା ପ୍ରଥମ ଦିନରୁ ହିଁ ଲାଗୁ ହୋଇଯାଇଥାଏ ଏବଂ ଆପଣଙ୍କୁ ମାଗଣାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri