ଆଜି ଓଡ଼ିଶା ଆସିବେ ମୋଦି: ବିଶାଳ ଜନସମାଗମ ସମ୍ଭାବନା

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସଫଳ ହେବ ସେଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଝାରସୁଗୁଡ଼ା ଗସ୍ତ କରି ସମୀକ୍ଷା କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ମଧ୍ୟ ସେ ଗୋଟି ଗୋଟି କରି ଦେଖିବା ସହ ଯେଉଁଠି କିଛି ତ୍ରୁଟି ରହିଯାଇଛି ତୁରନ୍ତ ତାକୁ ଠିକ୍‌ କରିବା ପାଇଁ ନିର୍ଦ୍ଦେଶ ଦେଇଥିବାର ଭିଡିଓ ସାମାଜିକ ଗଣମାଧ୍ୟମରୁ ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ଶନିବାର ସକାଳ ୯ଟା ୨୦ମି. ସମୟରେ ନୂଆଦିଲ୍ଲୀ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେବା ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନବନ୍ଦରଠାରେ ପୂର୍ବାହ୍ନ ୧୧ଟା୧୦ମିନିଟ୍‌ରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେବେ। ସେଠାରେ ପ୍ରଧାନମନ୍ତ୍ରୀ ପୂର୍ବ ନିର୍ଦ୍ଧାରଣ ଅନୁସାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ ଲୋକାର୍ପଣ କରିବେ। ଏହାପରେ ଅପରାହ୍ନ ୧୨ଟା ୪୫ମି.ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଜନସାଧାରଣ, ମହିଳା, ଛାତ୍ରୀଛାତ୍ର, ଯୁବବର୍ଗଙ୍କ ସମେତ ପ୍ରାୟ ୬୦ହଜାର ଜନସମାବେଶ ହେବା ନେଇ ଆଶା କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଝାରସୁଗୁଡ଼ାର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର, ପୋଷ୍ଟର ଏବଂ ଫ୍ଲେକ୍ସରେ ଛାଉଣି ହୋଇସାରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପ୍ରଥମେ ବ୍ରହ୍ମପୁରଠାରେ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ହେଲେ ପାଣିପାଗ ବିଭାଗ ତରଫରୁ ବର୍ଷା ହେବା ସମ୍ପର୍କରେ ପୂର୍ବାନୁମାନ ଯୋଗୁ ପରବର୍ତ୍ତୀ ସମୟରେ ଏଥିରେ ପରିବର୍ତ୍ତନ କରାଯାଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri