ଆଜି ଓଡ଼ିଶା ଆସିବେ ମୋଦି: ବିଶାଳ ଜନସମାଗମ ସମ୍ଭାବନା

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସଫଳ ହେବ ସେଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଝାରସୁଗୁଡ଼ା ଗସ୍ତ କରି ସମୀକ୍ଷା କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ମଧ୍ୟ ସେ ଗୋଟି ଗୋଟି କରି ଦେଖିବା ସହ ଯେଉଁଠି କିଛି ତ୍ରୁଟି ରହିଯାଇଛି ତୁରନ୍ତ ତାକୁ ଠିକ୍‌ କରିବା ପାଇଁ ନିର୍ଦ୍ଦେଶ ଦେଇଥିବାର ଭିଡିଓ ସାମାଜିକ ଗଣମାଧ୍ୟମରୁ ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ଶନିବାର ସକାଳ ୯ଟା ୨୦ମି. ସମୟରେ ନୂଆଦିଲ୍ଲୀ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେବା ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନବନ୍ଦରଠାରେ ପୂର୍ବାହ୍ନ ୧୧ଟା୧୦ମିନିଟ୍‌ରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେବେ। ସେଠାରେ ପ୍ରଧାନମନ୍ତ୍ରୀ ପୂର୍ବ ନିର୍ଦ୍ଧାରଣ ଅନୁସାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ ଲୋକାର୍ପଣ କରିବେ। ଏହାପରେ ଅପରାହ୍ନ ୧୨ଟା ୪୫ମି.ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଜନସାଧାରଣ, ମହିଳା, ଛାତ୍ରୀଛାତ୍ର, ଯୁବବର୍ଗଙ୍କ ସମେତ ପ୍ରାୟ ୬୦ହଜାର ଜନସମାବେଶ ହେବା ନେଇ ଆଶା କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଝାରସୁଗୁଡ଼ାର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର, ପୋଷ୍ଟର ଏବଂ ଫ୍ଲେକ୍ସରେ ଛାଉଣି ହୋଇସାରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପ୍ରଥମେ ବ୍ରହ୍ମପୁରଠାରେ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ହେଲେ ପାଣିପାଗ ବିଭାଗ ତରଫରୁ ବର୍ଷା ହେବା ସମ୍ପର୍କରେ ପୂର୍ବାନୁମାନ ଯୋଗୁ ପରବର୍ତ୍ତୀ ସମୟରେ ଏଥିରେ ପରିବର୍ତ୍ତନ କରାଯାଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri