Posted inଜାତୀୟ

ଆମେରିକାରୁ ଫେରି ରାହୁଲଙ୍କ ସହ ବଡ଼ ବୈଠକ କରିବେ ମୋଦି, ହେବ ବଡ଼ ଘୋଷଣା, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୧୪।୨: ୨ଦିନିଆ ଆମେରିକା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଗସ୍ତରୁ ଫେରିବା ପରେ ତାଙ୍କର ବିରୋଧୀ ଦଳ ତତା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ସହ ଏକ ବଡ଼ ବୈଠକ ବସିବାକୁ ଯାଉଛି। ଯାହାକୁ ନେଇ ଏବେ ସବୁଠି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ନିକଟରେ ଦୁଇ ଦୁଇଟି ବିଧାନସଭା ନିର୍ବାଚନ ସରିଥିବାବେଳେ ଦୁଇ ଦୁଇଟିରେ ଭାଜପା ପ୍ରଚଣ୍ଡ ବହୁମତ ପାଇଛି। ଏସବୁ ପରେ ମୋଦି ଆମେରିକାରେ ପହଞ୍ଚି ରାହୁଲଙ୍କୁ ଟାର୍ଗେଯ ମଧ୍ୟ କରିଛନ୍ତି। କିନ୍ତୁ ସେଠାରୁ ଫେରିବା ପରେ ପରସ୍ପର ମୁହାଁମୁହିଁ ହେବାକୁ ଯାଉଛନ୍ତି।

କାରଣ ନୂଆ ମୁଖ୍ୟ ର୍ନିବାଚନ କମିଶନର (CEC) ଚୟନ କରିବା ପାଇଁ ଆଇନ ମନ୍ତ୍ରଣାଳୟ ଦ୍ୱାରା ୧୭ ଫେବୃଆରୀ ୨୦୨୫ରେ ଏକ ତିନି ସଦସ୍ୟ ବିଶିଷ୍ଟ କମିଟିର ବୈଠକ ଡକାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଚୟନ କମିଟି ବୈଠକରେ ଯୋଗଦେବେ। ବର୍ତ୍ତମାନର ସିଇସି ରାଜୀବ କୁମାରଙ୍କ କାର୍ଯ୍ୟକାଳ ୧୮ ଫେବୃଆରୀରେ ଶେଷ ହେବାକୁ ଯାଉଛି।

Modi-Rahul meting: କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଅଧ୍ୟକ୍ଷତାରେ ଏକ ସର୍ଚ୍ଚ କମିଟି ଗଠନ କରାଯାଇଥିଲା, ଯେଉଁଥିରେ ଦୁଇ ଜଣ ସଦସ୍ୟ ଥିଲେ – ଅର୍ଥ ବିଭାଗ ସଚିବ ଏବଂ କାର୍ମିକ ଏବଂ ତାଲିମ ବିଭାଗ ସଚିବ। ଏପର୍ଯ୍ୟନ୍ତ ସବୁଠାରୁ ବରିଷ୍ଠ ର୍ନିବାଚନ କମିଶନରଙ୍କୁ ସିଇସିଙ୍କ ଅବସର ପରେ ମୁଖ୍ୟ ର୍ନିବାଚନ କମିଶନର ଭାବରେ ପଦୋନ୍ନତି ଦିଆଯାଉଥିଲା। ତଥାପି, ଗତ ବର୍ଷ ସିଇସି ଏବଂ ର୍ନିବାଚନ କମିଶନର (EC)ଙ୍କ ନିଯୁକ୍ତି ସମ୍ପର୍କିତ ଏକ ନୂତନ ଆଇନ କାର୍ଯ୍ୟକାରୀ ହେବା ପରେ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ ଆସିଛି।

ପ୍ରଥମ ଥର ପାଇଁ ମୁଖ୍ୟ ର୍ନିବାଚନ କମିଶନର ଏବଂ ଅନ୍ୟାନ୍ୟ ର୍ନିବାଚନ କମିଶନର (ନିଯୁକ୍ତି, ସେବା ସର୍ତ୍ତାବଳୀ ଏବଂ କାର୍ଯ୍ୟକାଳ) ଆଇନ, ୨୦୨୩ର ବ୍ୟବସ୍ଥାଗୁଡ଼ିକୁ ମୁଖ୍ୟ ର୍ନିବାଚନ କମିଶନରଙ୍କ ନିଯୁକ୍ତି ପାଇଁ ପ୍ରବର୍ତ୍ତନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri