Posted inଜାତୀୟ

ଖୁବ ଶୀଘ୍ର ଆମେରିକା ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନରେ କଥା ହୋଇଛନ୍ତି। ଉଭୟ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ ଆହୁରି ଉନ୍ନତ କରିବା ଉପରେ ଆଲୋଚନା କରିଥିଲେ। ଟ୍ରମ୍ପ ନିଜେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ତାଙ୍କର ଆଲୋଚନା ବିଷୟରେ କହିଛନ୍ତି।
ପୁନର୍ବାର ରାଷ୍ଟ୍ରପତି ପଦ ଗ୍ରହଣ କରିବା ପରେ ଏହା ଟ୍ରମ୍ପଙ୍କ ମୋଦିଙ୍କ ସହ ପ୍ରଥମ ଆଲୋଚନା ଥିଲା।

ଟ୍ରମ୍ପ କହିଛନ୍ତି ଯେ ମୋଦି ଫେବୃଆରୀରେ ଆମେରିକା ଗସ୍ତ କରିବେ। ଟ୍ରମ୍ପ କହିଛନ୍ତି ଯେ ଭାରତ ଅବୈଧ ପ୍ରବାସୀମାନଙ୍କୁ ଫେରାଇ ନେବା ପାଇଁ ସଠିକ ପଦକ୍ଷେପ ନେବ ଏବଂ ସେ ମୋଦିଙ୍କ ସହ ପ୍ରବାସ ବିଷୟରେ ଆଲୋଚନା କରିଥିଲେ।
ଉଭୟ ନେତା ଭାରତ-ଆମେରିକା ସମ୍ପର୍କକୁ ବଢାଇବା ଏବଂ ବିଶ୍ୱ ଶାନ୍ତି ଏବଂ ସୁରକ୍ଷା ପାଇଁ ଏକାଠି କାମ କରିବାକୁ ସଂକଳ୍ପ ନେଇଥିଲେ। ସୂଚନାଯୋଗ୍ୟ, ଟ୍ରମ୍ପ ୨୦ ଜାନୁଆରୀ, ୨୦୨୫ରେ ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ନେଇଥିଲେ।
ମୋଦି ଏକ୍ସରେ ଲେଖିଛନ୍ତି, ମୋର ପ୍ରିୟ ବନ୍ଧୁ ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇ ଖୁସି ଲାଗିଲା। ତାଙ୍କର ଐତିହାସିକ ବିଜୟ ଏବଂ ପୁନର୍ବାର ରାଷ୍ଟ୍ରପତି ହେବା ଅବସରରେ ତାଙ୍କୁ ଅଭିନନ୍ଦନ। ଆମେ ଏକ ପାରସ୍ପରିକ ଲାଭଦାୟକ ଏବଂ ବିଶ୍ୱସ୍ତ ସହଭାଗୀତା ପାଇଁ ପ୍ରତିବଦ୍ଧ। ଆମେ ଆମ ଲୋକଙ୍କ କଲ୍ୟାଣ, ବିଶ୍ୱ ଶାନ୍ତି, ସମୃଦ୍ଧି ଏବଂ ସୁରକ୍ଷା ପାଇଁ ଏକାଠି କାମ କରିବୁ।
ସୂଚନାଯୋଗ୍ୟ, ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଯୋଗଦାନ ବିଷୟରେ ଆଲୋଚନା ହେଉଥିଲା, କିନ୍ତୁ ଏହି ଉତ୍ସବରେ ମୋଦି ଯୋଗ ଦେଇ ନ ଥିଲେ। ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମୋଦିଙ୍କ ସ୍ବତନ୍ତ୍ର ପ୍ରତିନିଧି ଭାବରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କ ପ୍ରତି ଅନୁପଯୁକ୍ତ ଆଚରଣ ଅଭିଯୋଗରେ ଡିୟୁ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ନୂଆଦିଲ୍ଲୀ,୧୨।୧୧: ଦିଲ୍ଲୀ ବିଶ୍ୱବିଦ୍ୟାଳୟ (DU) ଅଧୀନସ୍ଥ ସତ୍ୟବତୀ କଲେଜର ଜଣେ ପ୍ରଫେସରଙ୍କ ବିରୁଦ୍ଧରେ ଜଣେ ଛାତ୍ରୀଙ୍କ ପ୍ରତି ଅନୁଚିତ ଆଚରଣ କରିଥିବା ନେଇ ଅଭିଯୋଗ ଆସିବା ପରେ,…

‘ଏକ୍ସ’ (X) ୟୁଜର୍ସଙ୍କ ଅନୁରୋଧ ପୂରଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ସାମ ପିତ୍ରୋଡାଙ୍କ ମଧ୍ୟରେ ସୋସିଆଲ ମିଡିଆରେ ହୋଇଥିବା ଆଦାନପ୍ରଦାନ ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି।…

‘ସମାହିତା ସେଣ୍ଟର ଉଦ୍‌ଘାଟିତ୍‌, ଉପକୃତ ହେବେ ଦିବ୍ୟାଙ୍ଗ, ଗ୍ରାମବାସୀ

କୋରାପୁଟ,୧୨।୧୧(ଅମିତାଭ ବେହେରା): କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମୁଲିପୁଟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ‘ସମାହିତା’ ପ୍ରକଳ୍ପ ଅଧୀନରେ ରିସୋର୍ସ ସେଣ୍ଟର ଉଦ୍‌ଘାଟିତ ହୋଇଯାଇଛି। ୟୁରୋପୀୟ ୟୁନିୟନ ସହଯୋଗରେ…

୧୬ଟି ଛକା, ୩୦୩ ରନ… ଅଣ୍ଡର-୧୯ ଏସିଆ କପରେ ରନର ପାହାଡ଼ ଠିଆ କଲେ ଜୁନିୟର ସେହୱାଗ

ନୂଆଦିଲ୍ଲୀ,୧୨।୧୧: ଗୁରୁବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ୮ ୱିକେଟରେ ପରାସ୍ତ କରି, ଭାରତ ୨୦୨୬ ଅଣ୍ଡର-୧୯ ଏସିଆ କପର ଟାଇଟଲ ଜିତିବା ଠାରୁ ମାତ୍ର ଗୋଟିଏ…

ପରାଶର ଜନଜାତି ଭେଷଜ ଉଦ୍ଭିଦ ଉଦ୍ୟାନ ଉଦ୍‌ଘାଟିତ: ୩୦୦ରୁ ଅଧିକ ଔଷଧୀୟ ଉଦ୍ଭିଦ ସ୍ଥାନ ପାଇଲା

କୋରାପୁଟ/ସୁନାବେଡ଼ା,୧୨।୧୧(ଅମିତାଭ ବେହେରା/କୃତିବାସ ପ୍ରଧାନ): ଜନଜାତିଙ୍କ ପାରମ୍ପରିକ ଚିକିତ୍ସା ଜ୍ଞାନର ସଂରକ୍ଷଣ ଓ ଜୀବିକାର ବିକାଶ ଲକ୍ଷ୍ୟରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ଏକ ପ୍ରକଳ୍ପ ଆରମ୍ଭ…

ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ତଦାରଖ କଲେ ରାଜ୍ୟ ପର୍ଯ୍ୟବେକ୍ଷକ

ଛତ୍ରପୁର,୧୨ା୧୧(ଦିଲ୍ଲୀପ ସାମଲ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ଗଞ୍ଜାମ ଜିଲାର ରାଜ୍ୟ ପର୍ଯ୍ୟବେକ୍ଷକ ଚିନ୍ମୟୀ ବିଶ୍ୱାଳ ଜିଲାରେ ଚାଲିଥିବା ଘରକୁ…

ଆଫଗାନିସ୍ତାନକୁ ହରାଇ ଫାଇନାଲ୍‌ରେ ଭାରତ; ଟାଇଟଲ୍‌ ଲଢ଼େଇରେ ପାକିସ୍ତାନ ସହ ମହାମୁକାବିଲା

ନୂଆଦିଲ୍ଲୀ, ୧୨।୧୧: ୨୦୨୬ ଅଣ୍ଡର-୧୯ ଏସିଆ କପରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଭାରତ ଏଥିରେ ଚମତ୍କାର ପ୍ରଦର୍ଶନ କରି ଆଫଗାନିସ୍ତାନକୁ…

ଟେକ୍‌-ଅଫ୍‌ ବେଳେ ରନ୍‌ୱେରୁ ଖସିଲା ହେଲିକପ୍ଟର, ମହିଳା ପାଇଲଟ୍‌…

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରର ସୋଲାପୁର ବିମାନବନ୍ଦରରେ ଗୁରୁବାର ଏକ ଅଘଟଣ ଘଟିଛି । ଉଡ଼ାଣ ଭରିବା ସମୟରେ ଏକ ଟ୍ରେନିଂ ବିମାନ ରନ୍‌ୱେରୁ ଖସିଯାଇଛି । ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?