୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ।

ସୂଚୀ ଅନୁଯାୟୀ, ପ୍ରଧାନମନ୍ତ୍ରୀ ୨୦ ଜୁନ ପୂର୍ବାହ୍ନ ୧୧ଟା ୫ ମିନିଟରେ ପାହାଡ଼ପୁର ହେଲିପ୍ୟାଡ୍‌ରେ ଅବତରଣ କରିବେ। ସେଠାରୁ ୧୧ଟା ୧୫ ମିନିଟରେ ଗୋଷାଣୀ ପୀଠକୁ ଯାଇ ଦର୍ଶନ କରିବେ। ପାହାଡ଼ପୁର ଅଞ୍ଚଳରେ ପ୍ରାୟ ଘଣ୍ଟାଏ ସମୟ ବିତାଇବାର କାର୍ଯ୍ୟକ୍ରମ ରହିଛି।ପରେ ଦିନ ୧୨ଟା ୫୫ ମିନିଟରେ ପ୍ରଧାନମନ୍ତ୍ରୀ ସଭାସ୍ଥଳରେ ପହଞ୍ଚିବେ। ସେଠାରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଇ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିବେ।

ପ୍ରଧାନମନ୍ତ୍ରୀ ଦିନ ୧ଟାରୁ ୨ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ଏହି ଅବସରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଲୋକାର୍ପଣ କରିବାର ସମ୍ଭାବନା ରହିଛି।କାର୍ଯ୍ୟକ୍ରମ ଶେଷ ହେବା ପରେ ଅପରାହ୍ନ ୨ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଓଡ଼ିଶାରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ସୁରକ୍ଷା ଓ ଅନ୍ୟାନ୍ୟ ପ୍ରସ୍ତୁତି ଜୋରଦାର କରାଯାଇଛି। ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ବହୁ ସଂଖ୍ୟକ ଲୋକଙ୍କ ସମାଗମ ହେବାର ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?