ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି । ଟ୍ରମ୍ପଙ୍କ ଉପରେ ଗୁଳିମାଡ଼କୁ ନେଇ ସେ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଥିସହ ସେ ଏହି ଘଟଣାରେ ଆହତ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଛନ୍ତି । ଗଣତନ୍ତ୍ର ଏବଂ ରାଜନୀତିରେ ହିଂସାର ସ୍ଥାନ ନାହିଁ ବୋଲି ସେ କହିଛନ୍ତି ।
ସୂଚନା ଥାଉକି,  ପେନ୍‌ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ । ଏହି ସମୟରେ ତାଙ୍କର ଡାହାଣ କାନରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଥିଲା । ହେଲେ ସେ ଏବେ ବିପଦ ମୁକ୍ତ ରହିଛନ୍ତି । ଅନ୍ୟପଟେ ଏହି ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନା ଥାଉକି, ଆମେରିକାରେ ନଭେମ଼୍ବର ମାସରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି । ଏହି ସମୟରେ ପୂର୍ବତନ ରାଷ୍ଟ୍ରପତିଙ୍କ ଉପରକୁ ଗୁଳିମାଡ଼ ଆମେରିକା ନାଗରିକଙ୍କ ଚିନ୍ତା ବଢ଼ାଇଛି। ଏନେଇ ସିକ୍ରେଟ ସର୍ଭିସ ଏକ୍ସରେ ଏକ ପୋଷ୍ଟ କରି କହିଛି ଯେ, ପୂର୍ବତନ ରାଷ୍ଟ୍ରପତି ସୁରକ୍ଷିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri