Posted inଜାତୀୟ

ମୋଦିଙ୍କୁ ପତ୍ର ଲେଖିଲେ କ୍ୟାନସର ପୀଡ଼ିତ ଶିଶୁ

ନୂଆଦିଲ୍ଲୀ,୪ ।୨: ପାଳନ କରାଯାଉଛି ବିଶ୍ୱ କର୍କଟ ଦିବସ ବା ୱାର୍ଲଡ କ୍ୟାନସର ଡେ । ଏହି ଅବସରରେ ଜଣେ କୋମଳମତି ଶିଶୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଚିକିତ୍ସା ପାଇଁ ଅନୁରୋଧ କରିଛନ୍ତି । ଶିଖା ନାମକ ଏହି ଶିଶୁ ଜଣକ ଉତ୍ତର ପ୍ରଦେଶ ବାସିନ୍ଦା । ସେ ବ୍ଲଡ କ୍ୟାନସର ବା ରକ୍ତ କର୍କଟରେ ପୀଡିତ । ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଥିବା ପତ୍ରରେ ସେ ଉଲ୍ଲେଖ କରିଛନ୍ତି, ମୋତେ ରକ୍ତ କର୍କଟ, ମୋ ମା’ ସବୁବେଳେ ଏହାକୁ ନେଇ କାନ୍ଦୁଛନ୍ତି । ଯେବେବି ଡାକ୍ତର ମୋତେ ଦେଖି ଦେଇ ଯାଆନ୍ତି ତା’ପରଠାରୁ ମୋ ମା’ ଆଖିର ଲୁହ ଶୁଖେନାହିଁ । ମୋ ପିତାଙ୍କ ପାଖରେ ବି ଅଧିକ ଅର୍ଥ ନାହିଁ ମୋର ଚିକିତ୍ସା କରିବାକୁ । କିନ୍ତୁ ଡାକ୍ତର ଅଙ୍କଲ କୁହନ୍ତି ମୋର ଚିକିତ୍ସା ପାଇଁ ଅଧିକ ଟଙ୍କା ଦରକାର । ଆପଣତ ସାରା ଦେଶକୁ କରୋନା ଟିକା ଯୋଗାଇଲେ । ମୋଦି ଅଙ୍କଲ ମୋ ଜୀବନ ବି ବଞ୍ଚାଇ ଦିଅନ୍ତୁ । ମୋର ଚିକିତ୍ସା କରାଇ ଦିଅନ୍ତୁ । ମୁଁ ଆପଣଙ୍କୁ ଏହି ଗ୍ରୀଟିଙ୍ଗସ୍ କାର୍ଡ ପଠାଉଛି । କରୋନାକୁ ନେଇ ଦେଶ ପାଇଁ ଆପଣ ଯାହା କରିଛନ୍ତି ସେଥିପାଇଁ ମୁଁ ଶୁଭେଚ୍ଛା ଜଣାଇବାକୁ କାର୍ଡ ଉପରେ ମୋର ଛବି ଆଙ୍କି ଦେଇଛି । ଭାବୁଛି ଆପଣ ମୋତେ ନିରାଶ କରିବେ ନାହିଁ । ମୋ ମା’ ଆଖିରେ ଲୁହ ଆସିବାକୁ ଦେବେ ନାହିଁ । ମୁଁ ଯେବେ ବଡ ହୋଇଯିବି ପାଠ ପଢି ଡାକ୍ତର ହେବି ଆପଣଙ୍କର ବି ଧ୍ୟାନ ରଖବି । କେବେହେଲେ ଆପଣଙ୍କୁ ହଇରାଣ କରିବି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri