ହତ୍ୟାକାରୀ ପୁଟିନ୍‌ଙ୍କୁ ମୋଦିଙ୍କ ଆଲିଙ୍ଗନ ଦୁଃଖଦ: ଜେଲେନ୍‌ସ୍କି

କିଭ୍‌/ମସ୍କୋ,୧୦ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ମସ୍କୋ ଗସ୍ତରେ ଯାଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ଙ୍କୁ ସାକ୍ଷାତ୍‌ କରିବା ଘଟଣାରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସୋମବାର ରୁଷିଆ ୟୁକ୍ରେନ ରାଜଧାନୀ କିଭ୍‌ସ୍ଥିତ ଏକ ଶିଶୁ ହସ୍ପିଟାଲ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାରୁ ୩ ଛୋଟ ପିଲାଙ୍କ ସମେତ ୩୭ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଆକ୍ରମଣରେ ସ୍କୁଲ୍‌, ମାଟର୍ନିଟି ହସ୍ପିଟାଲ ସମେତ ପ୍ରାୟ ୧୦୦ ବିଲ୍ଡିଂ କ୍ଷତିଗ୍ରସ୍ତ ହୋଇଛି। ଏଭଳି ଦିନରେ ମସ୍କୋରେ ବିଶ୍ୱର ସବୁଠୁ ହତ୍ୟାକାରୀ ଅପରାଧୀଙ୍କୁ ସର୍ବବୃହତ୍‌ ଗଣତନ୍ତ୍ରର ନେତା ଆଲିଙ୍ଗନ କରିବା ଅତ୍ୟନ୍ତ ଦୁଃଖଦାୟକ ଏବଂ ଶାନ୍ତି ଉଦ୍ୟମ ପ୍ରତି ବଡ଼ ଧକ୍କା ବୋଲି ଜେଲେନ୍‌ସ୍କି କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତିଙ୍କୁ ସୋମବାର ତାଙ୍କ ବାସଭବନରେ ସାକ୍ଷାତ୍‌ କରିବା ସମୟରେ ଉଭୟ ପରସ୍ପରକୁ ଆଲିଙ୍ଗନ କରିଥିଲେ। ଏହି ଫଟୋ ଅନ୍‌ଲାଇନରେ ବିପୁଳ ଭାବେ ଶେୟାର କରାଯାଇଛି। ମୋଦି-ପୁଟିନଙ୍କ ସାକ୍ଷାତ୍‌ ପରେ ଜେଲେନ୍‌ସ୍କି ଏକ୍ସରେ ଉପରୋକ୍ତ ପ୍ରତିକ୍ରିୟା ପୋଷ୍ଟ କରିଛନ୍ତି।
୨୦୨୨ ଫେବୃୟାରୀ ୨୪ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ପାଇଁ ନିଜ ସେନାକୁ ନିର୍ଦ୍ଦେଶ ଦେଇଥିଲେ। ସେବେଠୁ ଚାଲିଥିବା ଯୁଦ୍ଧରେ ଉଭୟ ପକ୍ଷର ଅନେକ ନୀରିହ ଲୋକ ନିହତ ହେଲେଣି। ୟୁକ୍ରେନ୍‌ ସହ ରୁଷିଆର ଯୁଦ୍ଧ ଲାଗିରହିଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ଥର ପାଇଁ ମସ୍କୋ ଗସ୍ତରେ ଯାଇଛନ୍ତି। ହିଂସାର ସମାଧାନ ଯୁଦ୍ଧ କ୍ଷେତ୍ରରେ ମିଳିପାରିବ ନାହିଁ ବୋଲି ସେ ପୁଟିନ୍‌ଙ୍କୁ ସାକ୍ଷାତ୍‌ ସମୟରେ କହିଛନ୍ତି। ଆଞ୍ଚଳିକ ସଂହତି, ସାର୍ବଭୌମତ୍ୱ ସମେତ ଜାତିସଂଘର ନିୟମାବଳୀକୁ ସମ୍ମାନ ଦେବା ପାଇଁ ଭାରତ ସବୁବେଳେ ଆହ୍ବାନ ଦେଇଆସିଛି। ଯୁଦ୍ଧକ୍ଷେତ୍ରରେ କୌଣସି ସମାଧାନ ନାହିଁ। ଆଲୋଚନା ଏବଂ କୂଟନୈତିକ ମାଧ୍ୟମରେ ସମାଧାନ ପନ୍ଥା ବାହାର କରାଯାଇପାରିବ ବୋଲି ମୋଦି ପୁଟିନ୍‌ଙ୍କୁ କହିଥିବା ଜଣାଯାଇଛି। ସୂଚନାଯୋଗ୍ୟ, ଜି୭ ସମିଟ୍‌ ସମେତ ବିଭିନ୍ନ ସମୟରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ୍‌ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଏକାଧିକ ଥର ଭେଟି ସାମରିକ କାର୍ଯ୍ୟାନୁଷ୍ଠାନ ଦ୍ୱାରା ସମାଧାନ ହୋଇପାରିବ ନାହିଁ ବୋଲି କହିଥିଲେ। ଶାନ୍ତି ଉଦ୍ୟମରେ ସହଯୋଗ କରିବାକୁ ଭାରତ ପ୍ରସ୍ତୁତ ବୋଲି ମୋଦି ଜେଲେନ୍‌ସ୍କିଙ୍କୁ ପ୍ରତିଶ୍ରୁତି ଦେଇଥିଲେ।
ମସ୍କୋରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ପୁଟିନ୍‌ଙ୍କ ମଧ୍ୟରେ ଆଲୋଚନା ବେଳେ ଦୁଇ ଦେଶ ମଧ୍ୟରେ ଘନିଷ୍ଠ ସମ୍ପର୍କକୁ ସେମାନେ ସ୍ବୀକାର କରିଛନ୍ତି। ଏହା ପରେ ୟୁକ୍ରେନ୍‌ ଯୁଦ୍ଧକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଯଦି ନିରୀହ ଶିଶୁଙ୍କୁ ହତ୍ୟା କରାଯାଉଥାଏ ଓ ଯଦି ସେମାନଙ୍କ ମୃତ୍ୟୁ ଘଟୁଥାଏ, ତାହା ହୃଦୟ ବିଦାରକ ବୋଲି ମୋଦି କହିଛନ୍ତି। କିଭ୍‌ରେ ଶିଶୁ ହସ୍ପିଟାଲ ଉପରେ ରୁଷିଆର କ୍ଷେପଣାସ୍ତ୍ର ଆକ୍ରମଣ ଘଟଣା ପରେ ମୋଦି ଏଭଳି ମନ୍ତବ୍ୟ ଦେଇଛନ୍ତି। ଗ୍ଲୋବାଲ ସାଉଥ୍‌ ଶାନ୍ତି ଓ ସ୍ଥିରତା ଆଶାକରେ। ଶାନ୍ତି ପୁନଃ ପ୍ରତିଷ୍ଠା ପାଇଁ ଭାରତ ସମସ୍ତ ସମ୍ଭାବ୍ୟ ସହଯୋଗ କରିବାକୁ ପ୍ରସ୍ତୁତ ଅଛି। ଭାରତ ସବୁବେଳେ ଶାନ୍ତି ପକ୍ଷରେ ରହିଆସିଛି ବୋଲି ମୋଦି ପୁଟିନ୍‌ ଏବଂ ବିଶ୍ୱ ସମୁଦାୟକୁ ଏହି ଅବସରରେ ପ୍ରତିଶ୍ରୁତି ଦେଇଛନ୍ତି। ନୂଆ ପିଢ଼ି ଆଗରେ ଉଜ୍ଜ୍ୱଳ ଭବିଷ୍ୟତ ରହିଛି। ଏଥିପାଇଁ ଶାନ୍ତି ଅପରିହାର୍ଯ୍ୟ। ବୋମା, ବନ୍ଧୁକ ଓ ଗୁଳି ମଧ୍ୟରେ ଶାନ୍ତି ଆଲୋଚନା ସଫଳ ହୁଏ ନାହିଁ ବୋଲି ମୋଦି କହିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?