Posted inଜାତୀୟ

ଆଜି ମୋଦି-ଭାନ୍ସ ଆଲୋଚନା

ନୂଆଦିଲ୍ଲୀ,୨୧।୪(ପି.ଟି.): ଭାରତ ଗସ୍ତରେ ଆସୁଥିବା ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଓ ତାଙ୍କ ସ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଭବ ସେକେଣ୍ଡ ଲେଡି ଉଷା ଭାନ୍ସଙ୍କ ସମ୍ମାନାର୍ଥେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସନ୍ଧ୍ୟାରେ ୭ ଲୋକକଲ୍ୟାଣ ମାର୍ଗ ବାସଭବନରେ ନୈଶଭୋଜିର ଆୟୋଜନ କରିଛନ୍ତି। ଏହା ପୂର୍ବରୁ ଆମେରିକା ନେତାଙ୍କ ସହ ମୋଦି ବାଣିଜ୍ୟ, ଟାରିଫ୍‌, ଆଞ୍ଚଳିକ ସୁରକ୍ଷା ଏବଂ ଦ୍ୱିପାକ୍ଷିକ ସମ୍ପର୍କ ବଢ଼ାଇବା ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆନୁଷ୍ଠାନିକ ଆଲୋଚନା କରିବେ। ପ୍ରସ୍ତାବିତ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ତୁରନ୍ତ ଚୂଡ଼ାନ୍ତ କରିବା ନେଇ ବୈଠକରେ ଗୁରୁତ୍ୱ ଦିଆଯାଇପାରେ ବୋଲି ଏକ ନିର୍ଦ୍ଦିଷ୍ଟ ସୂତ୍ରରୁ ଜଣାପଡ଼ିଛି।
ଭାନ୍ସ ଦମ୍ପତିଙ୍କ ସହ ସେମାନଙ୍କ ୩ ପିଲା ୪ ଦିନିଆ ଭାରତ ଗସ୍ତରେ ଆସି ସୋମବାର ପାଲାମ ଏୟାରବେସ୍‌ରେ ଅବତରଣ କରିବେ। ସେମାନଙ୍କ ସହ ପେଣ୍ଟାଗନ୍‌ ଏବଂ ପରରାଷ୍ଟ୍ର ବିଭାଗର ଅନୂ୍ୟନ ୫ ଜଣ ବରିଷ୍ଠ ଅଧିକାରୀ ଆସିପାରନ୍ତି ବୋଲି ଆଶା କରାଯାଉଛି। ଆଲୋଚନା ବେଳେ ମୋଦିଙ୍କ ସହ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ, ବହିର୍ବ୍ୟାପାର ସଚିବ ବିକ୍ରମ ମିସ୍ରି ଏବଂ ଆମେରିକାରେ ଭାରତୀୟ ରାଷ୍ଟ୍ରଦୂତ ବିନୟ ମୋହନ କ୍ୱାତ୍ରା ଉପସ୍ଥିତ ରହିବା ଆଶା କରାଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ସମେତ ୬୦ ଦେଶ ଉପରେ ଟାରିଫ ଲାଗୁ କରିବା ଓ ପରେ ସ୍ଥଗିତ ରଖିବାର କିଛି ସପ୍ତାହ ପରେ ଭାନ୍ସ ପ୍ରଥମ ଥର ଭାରତ ଗସ୍ତରେ ଆସୁଛନ୍ତି। ଟାରିଫ୍‌, ବଜାର ପ୍ରବେଶ ସମେତ ବିଭିନ୍ନ ପ୍ରସଙ୍ଗର ସମାଧାନ ପାଇଁ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ସ୍ବାକ୍ଷର କରିବା ନିମନ୍ତେ ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ପକ୍ଷରୁ ଆଲୋଚନା ଜାରି ରହିଛି।
ଦିଲ୍ଲୀରେ ପହଞ୍ଚିବା ପରେ ଭାନ୍ସ ଓ ତାଙ୍କ ପରିବାର ସ୍ବାମୀନାରାୟଣ ଅକ୍ଷରଧାମ ମନ୍ଦିର ଦର୍ଶନରେ ଯିବେ। ଏଥିସହିତ ପାରମ୍ପରିକ ଭାରତୀୟ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି ହେଉଥିବା ଶପିଂ କମ୍ପ୍ଲେକ୍ସକୁ ମଧ୍ୟ ସେମାନେ ଯାଇପାରନ୍ତି। ଏଥିସହିତ ସେମାନେ ଜୟପୁର ଓ ଆଗ୍ରା ଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri