Posted inଜାତୀୟ

ଆଜି ମୋଦି-ଭାନ୍ସ ଆଲୋଚନା

ନୂଆଦିଲ୍ଲୀ,୨୧।୪(ପି.ଟି.): ଭାରତ ଗସ୍ତରେ ଆସୁଥିବା ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଓ ତାଙ୍କ ସ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଭବ ସେକେଣ୍ଡ ଲେଡି ଉଷା ଭାନ୍ସଙ୍କ ସମ୍ମାନାର୍ଥେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସନ୍ଧ୍ୟାରେ ୭ ଲୋକକଲ୍ୟାଣ ମାର୍ଗ ବାସଭବନରେ ନୈଶଭୋଜିର ଆୟୋଜନ କରିଛନ୍ତି। ଏହା ପୂର୍ବରୁ ଆମେରିକା ନେତାଙ୍କ ସହ ମୋଦି ବାଣିଜ୍ୟ, ଟାରିଫ୍‌, ଆଞ୍ଚଳିକ ସୁରକ୍ଷା ଏବଂ ଦ୍ୱିପାକ୍ଷିକ ସମ୍ପର୍କ ବଢ଼ାଇବା ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆନୁଷ୍ଠାନିକ ଆଲୋଚନା କରିବେ। ପ୍ରସ୍ତାବିତ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ତୁରନ୍ତ ଚୂଡ଼ାନ୍ତ କରିବା ନେଇ ବୈଠକରେ ଗୁରୁତ୍ୱ ଦିଆଯାଇପାରେ ବୋଲି ଏକ ନିର୍ଦ୍ଦିଷ୍ଟ ସୂତ୍ରରୁ ଜଣାପଡ଼ିଛି।
ଭାନ୍ସ ଦମ୍ପତିଙ୍କ ସହ ସେମାନଙ୍କ ୩ ପିଲା ୪ ଦିନିଆ ଭାରତ ଗସ୍ତରେ ଆସି ସୋମବାର ପାଲାମ ଏୟାରବେସ୍‌ରେ ଅବତରଣ କରିବେ। ସେମାନଙ୍କ ସହ ପେଣ୍ଟାଗନ୍‌ ଏବଂ ପରରାଷ୍ଟ୍ର ବିଭାଗର ଅନୂ୍ୟନ ୫ ଜଣ ବରିଷ୍ଠ ଅଧିକାରୀ ଆସିପାରନ୍ତି ବୋଲି ଆଶା କରାଯାଉଛି। ଆଲୋଚନା ବେଳେ ମୋଦିଙ୍କ ସହ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ, ବହିର୍ବ୍ୟାପାର ସଚିବ ବିକ୍ରମ ମିସ୍ରି ଏବଂ ଆମେରିକାରେ ଭାରତୀୟ ରାଷ୍ଟ୍ରଦୂତ ବିନୟ ମୋହନ କ୍ୱାତ୍ରା ଉପସ୍ଥିତ ରହିବା ଆଶା କରାଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ସମେତ ୬୦ ଦେଶ ଉପରେ ଟାରିଫ ଲାଗୁ କରିବା ଓ ପରେ ସ୍ଥଗିତ ରଖିବାର କିଛି ସପ୍ତାହ ପରେ ଭାନ୍ସ ପ୍ରଥମ ଥର ଭାରତ ଗସ୍ତରେ ଆସୁଛନ୍ତି। ଟାରିଫ୍‌, ବଜାର ପ୍ରବେଶ ସମେତ ବିଭିନ୍ନ ପ୍ରସଙ୍ଗର ସମାଧାନ ପାଇଁ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ସ୍ବାକ୍ଷର କରିବା ନିମନ୍ତେ ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ପକ୍ଷରୁ ଆଲୋଚନା ଜାରି ରହିଛି।
ଦିଲ୍ଲୀରେ ପହଞ୍ଚିବା ପରେ ଭାନ୍ସ ଓ ତାଙ୍କ ପରିବାର ସ୍ବାମୀନାରାୟଣ ଅକ୍ଷରଧାମ ମନ୍ଦିର ଦର୍ଶନରେ ଯିବେ। ଏଥିସହିତ ପାରମ୍ପରିକ ଭାରତୀୟ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି ହେଉଥିବା ଶପିଂ କମ୍ପ୍ଲେକ୍ସକୁ ମଧ୍ୟ ସେମାନେ ଯାଇପାରନ୍ତି। ଏଥିସହିତ ସେମାନେ ଜୟପୁର ଓ ଆଗ୍ରା ଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri