୪୩ ବର୍ଷ ପରେ କୁଏତ ଗସ୍ତ କରିଛନ୍ତି ମୋଦି, ଏସବୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ କରିବେ ଆଲୋଚନା

କୁଏତ୍‌,୨୧ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ଗସ୍ତରେ ଯାଇ କୁଏତରେ ପହଞ୍ଚିଛନ୍ତି। ଯେଉଁଠାରେ ସେ କୁଏତ ନେତୃତ୍ୱଙ୍କ ସହ ଆଲୋଚନା କରିବେ।

କୁଏତର ଆମିର ଶେଖ୍‌ ମେଶଲ ଅଲ-ଅହମ୍ମଦ ଅଲ-ଜାବର ଅଲ-ସବାଙ୍କ ନିମନ୍ତ୍ରଣ ନେଇ ପ୍ରଧାନମନ୍ତ୍ରୀ ମୋଦି କୁଏତ ଗସ୍ତ କରିଛନ୍ତି। ୪୩ ବର୍ଷ ପରେ ଭାରତୀୟ ଭାବେ ମୋଦି କୁଏତ ଗସ୍ତ କରିଛନ୍ତି। ଶେଷଥର ପାଇଁ ୧୯୮୧ରେ ଇନ୍ଦିରା ଗାନ୍ଧି ପ୍ରଧାନମନ୍ତ୍ରୀ ଥିବା ସମୟରେ କୁଏତ୍‌ ଗସ୍ତରେ ଯାଇଥିଲେ। ଏହା ପରଠୁ ଭାରତର ଆଉ କୌଣସି ପ୍ରଧାନମନ୍ତ୍ରୀ କୁଏତ୍‌ ଗସ୍ତରେ ଯାଇ ନ ଥିଲେ ।

ମୋଦି କୁଏତରେ ରହୁଥିବା ପ୍ରବାସୀ ଭାରତୀୟମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ବୈଦେଶିକ ମନ୍ତ୍ରାଳୟର ସୂଚନା ଅନୁସାରେ ଉଭୟ ଦେଶ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ପାଇଁ ଏହି ଗସ୍ତ ସହାୟକ ହେବ। ମୋଦିଙ୍କ ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା, ବ୍ୟବସାୟ ଏବଂ ଅନ୍ୟ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ହେବ। କୁଏତରେ ରହୁଥିବା ଭାରତୀୟ ସମୁଦାୟ ସବୁଠାରୁ ବଡ଼ ପ୍ରବାସୀ ସମୁଦାୟ। ତେଣୁ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ବେଶ୍‌ ଗୁରୁତ୍ୱବହନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri