Posted inଜାତୀୟ

‘ସର୍ଟକଟ୍‌ ରାଜନୀତି ନୁହେଁ, ସୁଶାସନ ଚାହାନ୍ତି ମୋଦି’

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କା ମୂଲ୍ୟର କଳା ଟଙ୍କା ଜବତ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏନେଇ ସୂଚନା ଦେଇଛନ୍ତି। ୪,୩୦୦ କୋଟି ଟଙ୍କା ମୂଲ୍ୟର ବେନାମୀ ସମ୍ପତ୍ତି ସହିତ ୧,୨୫୪ ଲକ୍ଷ କୋଟି ଟଙ୍କା ମୂଲ୍ୟର କଳା ଟଙ୍କା ଜବତ କରାଯାଇଛି ବୋଲି ସେ କହିଛନ୍ତି। ଏଥି ସହିତ ୧.୭୫ ଲକ୍ଷ ସେଲ କମ୍ପାନୀଗୁଡିକର ପଞ୍ଜୀକରଣ ବାତିଲ କରାଯାଇଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଏକ ମନ୍ତବ୍ୟକୁ ମନେ ପକାଇ ଅଶ୍ୱିନୀ କହିଛନ୍ତି, ଆଜି ୧୦୦ ପ୍ରତିଶତ ରାଶି ହିତାଧିକାରୀଙ୍କ ନିକଟରେ ଡିବିଟି (ସିଧାସଳଖ ବ୍ୟାଙ୍କ) ମାଧ୍ୟମରେ ପହଞ୍ଚିଛି। ଥରେ ରାଜୀବ ଗାନ୍ଧୀ କହିଥିଲେ ୮୫ ପ୍ରତିଶତ ଯୋଜନା ବାଟମାରଣା ହେଉଛି, କିନ୍ତୁ ଆଜି ୨୬ ଲକ୍ଷ କୋଟି ଟଙ୍କା ସିଧାସଳଖ ଲୋକଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି ଏବଂ ସଞ୍ଚୟ ପ୍ରାୟ ୨.୨୫ ଲକ୍ଷ କୋଟି ଟଙ୍କା ଅଛି। ଭବିଷ୍ୟତରେ ମଧ୍ୟ ଅନେକ ସଞ୍ଚୟ ହେବାକୁ ଯାଉଛି, ଯାହା ଲୋକମାନଙ୍କୁ ସିଧାସଳଖ ଉପକୃତ କରିବ।
ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉତ୍ତମ ଶାସନ ମଡେଲ ବିଷୟରେ କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଏକ ସ୍ପଷ୍ଟ ଦୃଷ୍ଟିକୋଣ ହେଉଛି ଦେଶ ସର୍ଟକଟ ରାଜନୀତିକୁ ନୁହେଁ ବରଂ ଉତ୍ତମ ଶାସନ ଆଡକୁ ଯିବା ଉଚିତ୍‌। ଦେଶର ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟରେ ଉତ୍ତମ ଶାସନ ପହଞ୍ଚିବା ପାଇଁ ପ୍ରଧାନମନ୍ତ୍ରୀ ଏକ ଡିଜିଟାଲ ଢାଞ୍ଚା ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri