Posted inଜାତୀୟ

‘ସର୍ଟକଟ୍‌ ରାଜନୀତି ନୁହେଁ, ସୁଶାସନ ଚାହାନ୍ତି ମୋଦି’

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କା ମୂଲ୍ୟର କଳା ଟଙ୍କା ଜବତ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏନେଇ ସୂଚନା ଦେଇଛନ୍ତି। ୪,୩୦୦ କୋଟି ଟଙ୍କା ମୂଲ୍ୟର ବେନାମୀ ସମ୍ପତ୍ତି ସହିତ ୧,୨୫୪ ଲକ୍ଷ କୋଟି ଟଙ୍କା ମୂଲ୍ୟର କଳା ଟଙ୍କା ଜବତ କରାଯାଇଛି ବୋଲି ସେ କହିଛନ୍ତି। ଏଥି ସହିତ ୧.୭୫ ଲକ୍ଷ ସେଲ କମ୍ପାନୀଗୁଡିକର ପଞ୍ଜୀକରଣ ବାତିଲ କରାଯାଇଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଏକ ମନ୍ତବ୍ୟକୁ ମନେ ପକାଇ ଅଶ୍ୱିନୀ କହିଛନ୍ତି, ଆଜି ୧୦୦ ପ୍ରତିଶତ ରାଶି ହିତାଧିକାରୀଙ୍କ ନିକଟରେ ଡିବିଟି (ସିଧାସଳଖ ବ୍ୟାଙ୍କ) ମାଧ୍ୟମରେ ପହଞ୍ଚିଛି। ଥରେ ରାଜୀବ ଗାନ୍ଧୀ କହିଥିଲେ ୮୫ ପ୍ରତିଶତ ଯୋଜନା ବାଟମାରଣା ହେଉଛି, କିନ୍ତୁ ଆଜି ୨୬ ଲକ୍ଷ କୋଟି ଟଙ୍କା ସିଧାସଳଖ ଲୋକଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି ଏବଂ ସଞ୍ଚୟ ପ୍ରାୟ ୨.୨୫ ଲକ୍ଷ କୋଟି ଟଙ୍କା ଅଛି। ଭବିଷ୍ୟତରେ ମଧ୍ୟ ଅନେକ ସଞ୍ଚୟ ହେବାକୁ ଯାଉଛି, ଯାହା ଲୋକମାନଙ୍କୁ ସିଧାସଳଖ ଉପକୃତ କରିବ।
ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉତ୍ତମ ଶାସନ ମଡେଲ ବିଷୟରେ କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଏକ ସ୍ପଷ୍ଟ ଦୃଷ୍ଟିକୋଣ ହେଉଛି ଦେଶ ସର୍ଟକଟ ରାଜନୀତିକୁ ନୁହେଁ ବରଂ ଉତ୍ତମ ଶାସନ ଆଡକୁ ଯିବା ଉଚିତ୍‌। ଦେଶର ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟରେ ଉତ୍ତମ ଶାସନ ପହଞ୍ଚିବା ପାଇଁ ପ୍ରଧାନମନ୍ତ୍ରୀ ଏକ ଡିଜିଟାଲ ଢାଞ୍ଚା ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri