Posted inଜାତୀୟ

ଭାଜପା ନେତାଙ୍କୁ ମୋଦିଙ୍କ ତାଗିଦ୍‌, ‘ଅପରେଶନ ସିନ୍ଦୂର’ ଉପରେ ବୟାନ ଦେଲେ ହେବ…

ନୂଆଦିଲ୍ଲୀ,୨୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅପରେଶନ ସିନ୍ଦୂର’ ଉପରେ ଅନାବଶ୍ୟକ ବୟାନ ଦେଇ ଭାଜପାର ଭାବମୂର୍ତ୍ତି ନଷ୍ଟ କରୁଥିବା ନେତାମାନଙ୍କୁ ଏକ ବିଶେଷ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ, ନେତାମାନେ ସେମାନଙ୍କର ଭାଷଣକୁ ନିୟନ୍ତ୍ରଣ କରିବା ଉଚିତ ଏବଂ ଅନାବଶ୍ୟକ ବୟାନଠାରୁ ଦୂରେଇ ରହିବା ଉଚିତ। କୌଣସି ସ୍ଥାନରେ କିଛି କହିବାରୁ ଦୂରେଇ ରୁହନ୍ତୁ। ଏନ୍‌ଡିଏ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନଙ୍କ ବୈଠକ ସମୟରେ ଭାଜପା ନେତାମାନଙ୍କୁ ନିର୍ଦ୍ଦେଶ ଜାରି କରି ପ୍ରଧାନମନ୍ତ୍ରୀ ଏହା କହିଛନ୍ତି।

ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ସଶସ୍ତ୍ର ବାହିନୀର ବୀରତ୍ୱ ଏବଂ ପ୍ରଧାନମନ୍ତ୍ରୀଙ୍କ ସାହସିକ ନେତୃତ୍ୱକୁ ପ୍ରଶଂସା କରି ଏକ ପ୍ରସ୍ତାବ ଗୃହୀତ ହୋଇଥିଲା। ସୂତ୍ର ଅନୁସାରେ ଶିବସେନା ନେତା ଏବଂ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଦ୍ୱାରା ଉପସ୍ଥାପିତ ପ୍ରସ୍ତାବରେ କୁହାଯାଇଛି ଯେ ‘ଅପରେଶନ ସିନ୍ଦୂର’ ଭାରତୀୟଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିଛି। ପ୍ରସ୍ତାବରେ ମୋଦିଙ୍କ ନେତୃତ୍ୱକୁ ପ୍ରଶଂସା କରାଯାଇ କୁହାଯାଇଛି ଯେ, ସେ ସର୍ବଦା ସଶସ୍ତ୍ର ବାହିନୀକୁ ସମର୍ଥନ କରିଛନ୍ତି ଏବଂ ‘ଅପରେଶନ ସିନ୍ଦୂର’ ଆତଙ୍କବାଦୀ ଏବଂ ସେମାନଙ୍କ ପ୍ରାୟୋଜକଙ୍କୁ ଉପଯୁକ୍ତ ଜବାବ ଦେଇଛି। ବୈଠକରେ ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା।

ସମ୍ପ୍ରତି, ମଧ୍ୟପ୍ରଦେଶ ଏବଂ ହରିୟାଣାର ଭାଜପା ନେତାମାନେ ସେମାନଙ୍କ ବୟାନ ଦେଇ ଦଳକୁ ବଦନାମ କରିଛନ୍ତି। ହରିୟାଣାର ଭାଜାପା ଏମ୍‌ପି ରାମଚନ୍ଦ୍ର ଜାଙ୍ଗ୍‌ଡା, ବିଜୟ ଶାହା ଏବଂ ମଧ୍ୟପ୍ରଦେଶର ଜଗଦୀଶ ଦେବଡ଼ା ଏହି ପ୍ରସଙ୍ଗରେ ନିନ୍ଦନୀୟ ମନ୍ତବ୍ୟ ଦେଇଛନ୍ତି। ଏହି ମାମଲାରେ ପ୍ରଧାନମନ୍ତ୍ରୀଙ୍କଠାରୁ କ୍ଷମା ମାଗିବାକୁ କଂଗ୍ରେସ ଦାବି କରିଛି। ବିରୋଧୀ ଦଳ କହିଛି ଯେ, ପ୍ରଧାନମନ୍ତ୍ରୀ ଏବଂ ଭାଜପା ନେତୃତ୍ୱଙ୍କ ନୀରବତାକୁ ଏହି ବକ୍ତବ୍ୟଗୁଡ଼ିକର ନୀରବ ଅନୁମୋଦନ ଭାବରେ ଦେଖାଯିବା ଉଚିତ୍‌। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡ୍‌ଗେ ଦାବି କରିଛନ୍ତି ଯେ, ପହଲଗାମ ପୀଡ଼ିତ ଏବଂ ସଶସ୍ତ୍ର ବାହିନୀଙ୍କୁ ବଦନାମ କରିବା ପାଇଁ ଭାଜପା ନେତାମାନେ ପରସ୍ପର ସହିତ ପ୍ରତିଯୋଗିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri