ୟୁନୁସଙ୍କୁ ଚେତାଇ ଦେଲେ ମୋଦି: ପରିବେଶକୁ ବିଗାଡ଼ିବା କାର୍ଯ୍ୟ କରନାହିଁ, ନଚେତ୍‌…

ବ୍ୟାଙ୍କକ,୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି BIMSTEC ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସଙ୍କୁ ଭେଟିଛନ୍ତି। ବାଂଲାଦେଶରେ ବିଦ୍ରୋହ ପରେ ଏହା ଦୁଇ ଦେଶର ଶୀର୍ଷ ନେତୃତ୍ୱ ମଧ୍ୟରେ ପ୍ରଥମ ବୈଠକ ଥିଲା। ପ୍ରଧାନମନ୍ତ୍ରୀ ମୋଦି ଏବଂ ୟୁନୁସଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ବ୍ୟାଙ୍କକରେ ହୋଇଥିଲା। ୟୁନୁସ ଏବଂ ମୋଦିଙ୍କ ମଧ୍ୟରେ ହୋଇଥିବା ବୈଠକ ବିଷୟରେ, ବୈଦେଶିକ ସଚିବ ବିକ୍ରମ ମିଶ୍ରି ଆଲୋଚନାର ବିବରଣୀ ଦେଇଛନ୍ତି।

ଥାଇଲ୍ୟାଣ୍ଡରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ୟୁନୁସଙ୍କ ସହ ସାକ୍ଷାତ ସମ୍ପର୍କରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଏକ ଗଣତାନ୍ତ୍ରିକ, ସ୍ଥିର, ଶାନ୍ତିପୂର୍ଣ୍ଣ, ପ୍ରଗତିଶୀଳ ବାଂଲାଦେଶ ପାଇଁ ଭାରତର ସମର୍ଥନକୁ ଦୋହରାଇଛନ୍ତି। ସେ ୟୁନୁସଙ୍କୁ କହିଥିଲେ, ଭାରତ ବାଂଲାଦେଶ ସହିତ ଏକ ସକାରାତ୍ମକ ଏବଂ ଗଠନମୂଳକ ସମ୍ପର୍କ ଗଠନ କରିବାକୁ ଚାହୁଁଛି। ପ୍ରଧାନମନ୍ତ୍ରୀ ମୋଦି ଏହା ମଧ୍ୟ ଅନୁରୋଧ କରିଛନ୍ତି ଯେ, ପରିବେଶକୁ ବିଗାଡ଼ିପାରୁଥିବା ଯେକୌଣସି ବୟାନବାଜି ଏଡାଇ ଦିଆଯିବା ଉଚିତ। ସୀମା ସୁରକ୍ଷା ବଜାୟ ରଖିବା ପାଇଁ ସୀମାରେ ଆଇନର କଠୋର ପ୍ରୟୋଗ ଏବଂ ଅବୈଧ ସୀମା ପାର ରୋକିବା ଅତ୍ୟନ୍ତ ଜରୁରୀ। ପ୍ରଧାନମନ୍ତ୍ରୀ ବାଂଲାଦେଶରେ ହିନ୍ଦୁ ସମେତ ସଂଖ୍ୟାଲଘୁଙ୍କ ସୁରକ୍ଷା ଉପରେ ଭାରତର ଚିନ୍ତାକୁ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି।

ଏହାପର୍ବରୁ ପ୍ରଧାନମନ୍ତ୍ରୀ ମୋଦି ବାଂଲାଦେଶ ଜାତୀୟ ଦିବସରେ ୟୁନୁସଙ୍କୁ ଏକ ଚିଠି ମଧ୍ୟ ଲେଖିଥିଲେ, ଯେଉଁଥିରେ ସେ ବାଂଲାଦେଶ ମୁକ୍ତି ଯୁଦ୍ଧର ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଚିଠିରେ ଲେଖିଥିଲେ, ପରସ୍ପରର ସ୍ବାର୍ଥ ଏବଂ ଚିନ୍ତା ପ୍ରତି ପାରସ୍ପରିକ ସମ୍ବେଦନଶୀଳତା ଉପରେ ଆଧାରିତ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଆମର ସମାନ ଆକାଂକ୍ଷା ଦ୍ୱାରା ଅନୁପ୍ରାଣିତ ହୋଇ ଆମେ ଏହି ସହଭାଗୀତାକୁ ଆଗକୁ ନେବାକୁ ପ୍ରତିବଦ୍ଧ।

 


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri