Posted inଜାତୀୟ

ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ମନୋନୀତ କଲେ ଏନ୍‌ଡିଏ ସହଯୋଗୀ ଦଳ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏନ୍‌ଡିଏ ମେଣ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥତି ରହିଥିଲେ। ବୈଠକରେ ମୋଦି ସରକାର ୩.୦ ପାଇଁ ଆଲୋଚନା ହୋଇଥିଲା। ଏନ୍‌ଡିଏ ସରକାର ଗଠନ ନୀତୀଶ କୁମାର ଏବଂ ଚନ୍ଦ୍ରବାବୁ ନାଇଡୁ ଭାଜପାକୁ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଏନ୍‌ଡିଏର ସହଯୋଗୀ ଦଳ ମନୋନୀତ କରିଥିଲେ।

ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ, ଚିରାଗ ପାଶଓ୍ବାନଙ୍କ ସମେତ ଏନ୍‌ଡିଏର ସମସ୍ତ ସହଯୋଗୀ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଡୁଆରେ କର୍ଣ୍ଣାଟକ ସରକାର: ୬,୦୦୦ କୋଟିର ମଦ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ,୨୭।୧: କର୍ଣ୍ଣାଟକର କଂଗ୍ରେସ ସରକାର ଏକ ବଡ଼ ଧରଣର ଦୁର୍ନୀତି ଅଭିଯୋଗର ଘେରକୁ ଆସିଛନ୍ତି। ରାଜ୍ୟ ଅବକାରୀ ବିଭାଗରେ ଗତ ଦୁଇ ବର୍ଷ ମଧ୍ୟରେ ପ୍ରାୟ ୬,୦୦୦…

ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତି: କେଉଁ ରାଜ୍ୟକୁ ମିଳିବ କେତେ ଫାଇଦା? ଜାଣନ୍ତୁ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ସ୍ୱାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି (FTA)। ଏହି ଚୁକ୍ତି ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଏକ…

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି…

UGC ନୂଆ ନିୟମ ୨୦୨୬: କ’ଣ ଏହି ସମାନତା ନିୟମାବଳୀ ଏବଂ କାହିଁକି ହେଉଛି ବିରୋଧ?

ନୂଆଦିଲ୍ଲୀ,୨୭।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ନୂତନ ‘ସମାନତା ନିୟମାବଳୀ ୨୦୨୬’କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିଶ୍ୱବିଦ୍ୟାଳୟଗୁଡ଼ିକରେ ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପ୍ରତି ହେଉଥିବା ଜାତିଭିତ୍ତିକ…

ଶଙ୍କରାଚାର୍ଯ୍ୟଙ୍କୁ ଛଦ୍ମବେଶୀ ଅସୁର କହିଲେ ଯୋଗୀ ଆଦିତ୍ୟନାଥ! ତେଜିଲା ବିବାଦ

ନୂଆଦିଲ୍ଲୀ,୨୭।୧: ନୂଆମୋଡରେ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅବିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମଧ୍ୟରେ ଚାଲିଥିବା ବିବାଦ। ମୁଖ୍ୟମନ୍ତ୍ରୀଙ୍କ ପ୍ରତି କରାଯାଇଥିବା ମନ୍ତବ୍ୟରେ ମର୍ମାହତ ହୋଇ…

ହାଉସ୍‌ଓ୍ବାଇଫ୍‌ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…

ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ …

ଯଦି ପାକିସ୍ତାନ ଟି୨୦ ବିଶ୍ୱକପ୍ ବର୍ଜନ କରେ ତେବେ କ’ଣ ହେବ?

ନୂଆଦିଲ୍ଲୀ,୨୭।୧: ଆଗାମୀ T20 ବିଶ୍ୱକପ୍‌କୁ ନେଇ କ୍ରିକେଟ୍ ଦୁନିଆରେ ଏବେ ଅସ୍ଥିରତା ଦେଖାଦେଇଛି। ବାଂଲାଦେଶ ସହ ଏକତା ପ୍ରଦର୍ଶନ କରି ପାକିସ୍ତାନ ଏହି ମେଗା ଇଭେଣ୍ଟକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri