Posted inଜାତୀୟ

ଝାଡଖଣ୍ଡରୁ ଫେରୁଥିଲେ ମୋଦି, ହଠାତ୍‌ ମଝି ଆକାଶରେ ଦେଖାଗଲା ଯାନ୍ତ୍ରିକ ତ୍ରୁଟି

ରାଞ୍ଚି,୧୫।୧୧: ନିର୍ବାଚନ ରାଲି ପାଇଁ ଝାଡଖଣ୍ଡରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ତେବେ ସେଠାରୁ ଫେରିବାବେଳେ ତାଙ୍କ ସ୍ବତନ୍ତ୍ର ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଏହି କାରଣରୁ ବିମାନକୁ ଦେଓଘର ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତ୍ରୁଟି ଦେଖାଯିବାରୁ ମୋଦିଙ୍କ ଦିଲ୍ଲୀ ଫେରିବା ବିଳମ୍ବ ହୋଇଛି। ଆଜି ଝାଡଖଣ୍ଡର ବିଭିନ୍ନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇଥିଲେ।

ଏହାପରେ ଦେଓଘର ଏୟାରପୋର୍ଟରୁ ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଥିଲା। ମୋଦି ଏୟାରପୋର୍ଟକୁ ଆସିଥିଲେ ହେଁ ହଠାତ ବିମାନରେ ତ୍ରୁଟି ଦେଖାଯାଇଥିଲା। ଏଥିପାଇଁ ବିମାନକୁ ଆଉ ଉଡାଣ କରାଯାଇ ନାହିଁ। ବୈଷୟିକ ଟିମ ତୁରନ୍ତ ବିମାନକୁ ଯାଞ୍ଚ କରିବା ସହ ତ୍ରୁଟିର ସମାଧାନ କରିବାରେ ଲାଗି ପଡିଛନ୍ତି। ବିମାନରେ ତ୍ରୁଟି ଯୋଗୁ ମୋଦିଙ୍କ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ବିଳମ୍ବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri