କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିବା ପରେ ଓଡ଼ିଶାରେ ୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ ଶାହା ଲୋକଙ୍କୁ ପଚାରିଥିଲେ। ଏପରିକି ଓଡ଼ିଶାରେ ପ୍ରଥମ ଥର ଭାଜପା ସରକାର ଗଠନ କରିବ କି ନାହିଁ ବୋଲି ମଧ୍ୟ ସେ ଜନତାଙ୍କୁ ପଚାରିଥିଲେ।

ଏହି ସମୟରେ ଶାହା କହିଥିଲେ ସାରା ଦେଶରେ ଯୁଆଡ଼େ ଯାଇଛି ସବୁଠି ଆଜି ମୋଦି ମୋଦି ..ନାରା। ଓଡ଼ିଶାରେ ମଧ୍ୟ ମୋଦି ମୟ ହୋଇଛି। ଓଡ଼ିଶା ଲୋକ ବି ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବେ। ଓଡ଼ିଶାର ଭାଷା, ସଂସ୍କୃତି ଗୌରବ ପାଇଁ ଭାଜପା ସରକାର ବନିବା ଦରକାର। ଏଠାକାର ସରକାର ଓଡ଼ିଶାକୁ ବିକାଶରୁ ଦୂରରେ ରଖିଛନ୍ତି। ଅଫିସରଙ୍କ ମାଧ୍ୟମରେ ଭୟଙ୍କର ଭ୍ରଷ୍ଟାଚାର କରିଛନ୍ତି ଏଠାର ସରକାର। ସବୁଠାରୁ ଅଧିକ ପ୍ରାକୃତିକ ସଂପଦ ଓଡ଼ିଶାରେ ରହିଛି। ସବୁଥାଇ ବି ଓଡ଼ିଶା ସମୃଦ୍ଧିଠାରୁ ଦୂରରେ ରହିଛି।

ପ୍ରଥମ ଥର ସ୍ବରାଷ୍ଟ୍ର ମନ୍ତ୍ରୀ ଓଡ଼ିଶା ଆସିଥିଲା ବେଳେ ଆରମ୍ଭରୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। କିନ୍ତୁ ତାଙ୍କର ଭାଷଣରେ ସେ ଓଡ଼ିଶାରେ ୨୦ ଲୋକ ସଭା ସିଟ୍‌ ଜିତିବା କି ନାହିଁ ଜନତାଙ୍କୁ ପ୍ରଶ୍ନ କରିଥିଲେ। ଯାହାକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଓଡ଼ିଶାରେ ରାଜ୍ୟ ନେତା ସରକାର ଗଠନ କରିବା ନେଇ ଦାବି କରୁଥିଲା ବେଳେ ଦଳ ଲୋକ ସଭାରେ ମଧ୍ୟ ଭଲ ପ୍ରଦର୍ଶନ କରିବ ବୋଲି ଆଶା ରଖିଛି। ତେବେ କେତେ ଆସନରେ ଭାଜପା ଓଡ଼ିଶାରୁ ବିଜୟୀ ହେବ ସେ ନେଇ ଏବେ ମଧ୍ୟ ଆକଳନ କରି ନଥିବା ଚର୍ଚ୍ଚା ହେଉଛି। ଯାହାକୁ ବଳ ଯୋଗାଇଛି ଶାହାଙ୍କ ୨୦ ଲୋକ ସଭା ଆସନ ବିଜୟ ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri